Monday, March 30, 2026
40.5 C
Odisha

    ବି‌ଜେଡ଼ି ଛାଡ଼ିଲେ ରାମଚନ୍ଦ୍ର ପଣ୍ଡା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ବିଜେଡ଼ି ଛାଡ଼ିଛନ୍ତି। ସେ ଦଳରୁ ଇସ୍ତଫା ଦେଇଛନ୍ତି। ଦଳର ପ୍ରାଥମିକ ସଦସ୍ୟରୁ ସେ ଇସ୍ତଫା ଦେଉଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ସେ ତାଙ୍କ ଇସ୍ତଫା ପତ୍ରକୁ ଦଳର ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି।
    ସେ ଇସ୍ତଫା ପତ୍ରରେ ସେ କଡ଼ା କଥା ଲେଖିଛନ୍ତି। ସେ କହିଛନ୍ତି ୧୫ ଦିନ ହେଲା ଆଲୋଚନା ପାଇଁ ଚେଷ୍ଟା କଲେ ବି ମତେ ସୁଯୋଗ ମିଳିଲାନି। ଉପର ଠାଉରିଆ ଭାବେ ସରକାରୀ ପଦବୀରେ ଅବସ୍ଥାପିତ କରିବାର ଉଦ୍ଦେଶ୍ୟ କ’ଣ ବୋଲି ସେ ପ୍ରଶ୍ନ କରିଛନ୍ତି। ଏହା ମୋର ସ୍ବାଭିମାନ ଏବଂ ସ୍ବାଧୀନତା ପ୍ରତି କଟାକ୍ଷ ବୋଲି ସେ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି।
    ରାମଚନ୍ଦ୍ର ଜଣେ ଦକ୍ଷ ରାଜନୀତିଜ୍ଞ। ସେ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି। ୨୦୦୦ରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛତ୍ରପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୧୨ତମ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

    ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ। ସେ ନବୀନ ପଟ୍ଟନାୟକଙ୍କ ପ୍ରଥମ ମନ୍ତ୍ରୀମଣ୍ଡଳରେ ଉପବାଚସ୍ପତି ଭାବରେ କାର୍ଯ୍ୟ କରିଥିଲେ

    ସେ ୨୦୧୭ ଜାନୁୟାରୀ ୧୨ରେ ବିଜେପିରୁ ଇସ୍ତଫା ଦେଇ ବିଜେଡ଼ିରେ ଯୋଗ ଦେଇଥିଲେ। ଏବେ ସେ ବିଜେଡ଼ିରୁ ଇସ୍ତଫା ଦେଇ ବିଜେପିରେ ଯୋଗଦେବା ନେଇ ରାଜ୍ୟ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    40.5 ° C
    40.5 °
    40.5 °
    13 %
    3.6kmh
    4 %
    Mon
    40 °
    Tue
    39 °
    Wed
    39 °
    Thu
    41 °
    Fri
    40 °

    ସମ୍ବନ୍ଧିତ