Monday, October 5, 2026
23.5 C
Odisha

    ଗୁରୁବାର ପୁଣି ଖୋଲିବ ରତ୍ନଭଣ୍ଡାର

    ଆଗକୁ ପଢନ୍ତୁ

    ପୁରୀ,୧୬/୭/୨୪; ଗୁରୁବାର ଅର୍ଥାତ ଜୁଲାଇ ୧୮ ତାରିଖରେ ଖୋଲିବ ଶ୍ରୀମନ୍ଦିରର ଭିତର ରତ୍ନଭଣ୍ଡାର। ଗୁରୁବାର ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ଶୁଭବେଳା ରହିଛି। ଏହି ସମୟ ମଧ୍ୟରେ ଦୁଇଟି ନୂଆ ତାଲାର ଚାବିରେ ଖୋଲାଯିବ ଭିତର ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ସୂଚନା ଦେଇଛନ୍ତି। ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରତ୍ନଭଣ୍ଡାର ସଂପର୍କୀତ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ ସଦସ୍ୟ ଡାକ୍ତର ସିବିକେ ମହାନ୍ତି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ର ପ୍ରମୁଖ ଉପସ୍ଥିତ ରହିଥିଲେ। ବୈଠକ ପରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ କହିଛନ୍ତି ଆସନ୍ତା ୧୮ ତାରିଖ ଗୁରୁବାର ଖୋଲାଯିବ ଭିତର ରତ୍ନଭଣ୍ଡାର। ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ରତ୍ନଭଣ୍ଡାର ଖୋଲାଯିବା ନେଇ ନିଷ୍ପତ୍ତି ହୋଇଛି। ଭିତର ଭଣ୍ଡାର ତାଲା ଖୋଲାଯାଇ ଅଳଙ୍କାର ସ୍ଥାନାନ୍ତରଣ ହେବ । ସିନ୍ଦୁକ ଏବଂ ଆଲମାରୀରେ ଥିବା ଅଳଙ୍କାର ସ୍ଥାନାନ୍ତର ହେବ। ଭିତରେ ଥିବା ଆଲମିରା ରତ୍ନ ସହ ବାହାରକୁ ଆଣିବା ସମ୍ଭବ ନୁହେଁ ଏଣୁ ନୂଆ ଆଲମିରା ଏବଂ ସିନ୍ଦୁକରେ ରହିବ ଭିତର ରତ୍ନଭଣ୍ଡାର ଅଳଙ୍କାର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.5 ° C
    23.5 °
    23.5 °
    79 %
    1.5kmh
    0 %
    Mon
    23 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ