Sunday, August 2, 2026
30.4 C
Odisha

    ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ରଥ ଯାତ୍ରା ପାଇଁ ୨ ଦିନ ଛୁଟି

    ଆଗକୁ ପଢନ୍ତୁ

    ଚଳିତ ବର୍ଷ ରଥ ଯାତ୍ରା ହେଉଛି ବିରଳ। ଏହି ରଥ ଯାତ୍ରା ଦୁଇ ଦିନ ଧରି ଚାଲିବ । ତେଣୁ ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଫଳରେ ଆସନ୍ତା ୭ ଓ ୮ ତାରିଖରେ ସରକାରୀ କାର୍ଯ୍ୟାଳୟ, ସ୍କୁଲ, କଲେଜ ସବୁ ଛୁଟି ରହିବ । ପୁରୀରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗ ଦେଇ ଏପରି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଛୁଟି ନେଇ ତୁରନ୍ତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

    ରଥ ଯାତ୍ରାର ସମୀକ୍ଷା ବୈଠକରେ ଯୋଗ ଦେବାକୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଥିଲେ। ସେଠାରେ ଟାଉନ୍ ହଲରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ତ୍ରୁଟିଶୂନ୍ୟ ଭାବେ ରଥଯାତ୍ରା ସଂପନ୍ନ ପାଇଁ ସମସ୍ତ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କ ସେବାକୁ ଜୀବନର ବ୍ରତ ଭାବେ ପାଳନ କରିବାକୁ ସରକାରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି, ସେବାୟତ ସମେତ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ।

    ରଥନିର୍ମାଣ ଅଗ୍ରଗତି, ନୀତିକାନ୍ତି, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପାନୀୟ ଜଳ ଯୋଗାଣ, ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ପରିବହନ ବ୍ୟବସ୍ଥା, ସ୍ବାସ୍ଥ୍ୟ ସେବା, ପରିମଳ ବ୍ୟବସ୍ଥାର ସୁପରିଚାଳନା ନିମନ୍ତେ ସବିଶେଷ ଭାବେ ଆଲୋଚନା ହୋଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    30.4 ° C
    30.4 °
    30.4 °
    74 %
    1.8kmh
    100 %
    Sun
    30 °
    Mon
    31 °
    Tue
    31 °
    Wed
    29 °
    Thu
    29 °

    ସମ୍ବନ୍ଧିତ