Monday, March 30, 2026
27.4 C
Odisha

    ଏହା ଲୀଳାମୟଙ୍କ ଲୀଳା, ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛୁ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପୁରୀରେ ଆଡ଼ପ ମଣ୍ଡପ ବିଜେ ପହଣ୍ଡି ସମୟରେ ବଡ଼ଠାକୁର ଚାରମାଳରେ ଖସି ପଡ଼ିବା ଘଟଣା ସଂପର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା ମିଳିଛି। ସେ କହିଛନ୍ତି, ଏହା ଲୀଳାମୟଙ୍କ ଲୀଳା। ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛୁ। ଅଘଟଣ ପରେ ସେବାୟତଙ୍କୁ ଚିକିତ୍ସା ଯୋଗାଇ ଦିଆଯାଇଛି। କାହାରି କିଛି କ୍ଷତି ହୋଇନାହିଁ। ପ୍ରାଥମିକ ଚିକିତ୍ସା ପରେ ସେବାରେ ସାମିଲ ହୋଇଛନ୍ତି ସେବାୟତ। ଏଣେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଏହା ଏକ ସାଧାରଣ ଦୁର୍ଘଟଣା। ଏହି ଅଘଟଣ ସଂପର୍କରେ ମୁଁ ରାତି ପ୍ରାୟ ସାଢେ ୧୨ଟା ବେଳେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲି। ଆଗକୁ ଏନେଇ ଅଧିକ ସତର୍କତା ଅବଲମ୍ବନ କରାଯିବ।
    ସୂଚନାଯୋଗ୍ୟ, ପୁରୀରେ ଗତକାଲି ଆଡ଼ପ ମଣ୍ଡପ ବିଜେ ପହଣ୍ଡି ସମୟରେ ବଡ଼ଠାକୁର ଚାରମାଳରେ ଖସି ପଡ଼ିବା ଘଟଣାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗମ୍ଭୀରତାର ସହ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଘଟଣାରେ ଦୁଃଖପ୍ରକାଶ କରିବା ସହିତ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ତୁରନ୍ତ ପୁରୀ ପଠାଇଥିଲେ। ଏହା ସହିତ ଉପଯୁକ୍ତ ପଦକ୍ଷେପ ନେବା ଲାଗି ମୁଖ୍ୟମନ୍ତ୍ରୀ ଆଇନ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ପୁରୀରେ ଯାଇ ଡାକ୍ତରଖାନାକୁ ଯାଇ ସେବାୟତମାନଙ୍କୁ ଭେଟିଥିଲେ। ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ଓ ଆଇନ ମନ୍ତ୍ରୀ ଶ୍ରୀହରିଚନ୍ଦନ ଘଟଣାସ୍ଥଳ ଅନୁଧ୍ୟାନ କରିବା ସହିତ ଆହତଙ୍କ ଚିକିତ୍ସା ଲାଗି ପଦକ୍ଷେପ ନେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.4 ° C
    27.4 °
    27.4 °
    54 %
    2.4kmh
    56 %
    Mon
    28 °
    Tue
    38 °
    Wed
    39 °
    Thu
    40 °
    Fri
    39 °

    ସମ୍ବନ୍ଧିତ