Sunday, September 13, 2026
28.6 C
Odisha

    ପହଣ୍ଡିରେ ଅଘଟଣ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଲେ- ତଦନ୍ତ ପାଇଁ ଗଠନ ହେବ ୩ଜଣିଆ କମିଟି

    ଆଗକୁ ପଢନ୍ତୁ

    ପୁରୀ: ଶ୍ରୀକ୍ଷେତ୍ରର ଶରଧାବାଲିରେ ମଙ୍ଗଳବାର ଆଡ଼ପ ପହଣ୍ଡି ସମୟରେ ବଡ଼ଠାକୁରଙ୍କୁ ପଡ଼ିଯିବା ନେଇ ଗଜପତି ମହାରାଜ ଦିବ୍ୟସିଂହ ଦେବ ଚିନ୍ତା ପ୍ରକଟ କରିଛନ୍ତି। ପରିଚାଳନା କମିଟି ମିଟିଂ ପରେ ଗଜପତି ମହାରାଜା ପ୍ରତିକ୍ରିୟାରେ କହିଛନ୍ତି, ଯାହା ଘଟିଲା ତାହା ସମସ୍ତଙ୍କୁ ମର୍ମାହତ କରିଛି। ଦୁଃଖିତ କରିଛି। କାଲିର ଘଟଣାରୁ ସେବାୟତମାନେ ଯାହା ଶିଖିବା କଥା ଶିଖିଛନ୍ତି। ଆଗାମୀ ଦିନରେ ଏହାର ପୁନରାବୃତ୍ତି ନହେବାକୁ ସେବାୟତ ଯତ୍ନ ନେବେ। ସେହିପରି ବଳଭଦ୍ର ମହାପ୍ରଭୁଙ୍କ ପହଣ୍ଡି ବିଜେ ଅଘଟଣ ପ୍ରସଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରତିକ୍ରିୟା ରଖିଛନ୍ତି। ଅତ୍ୟଧିକ ସେବକଙ୍କ ଉପସ୍ଥିତ ଯୋଗୁଁ ପହଣ୍ଡିରେ ସମସ୍ୟା ହେଉଛି। ଏହାକୁ ନେଇ ଯାଞ୍ଚ ହେବ। ୩ ଜଣିଆ କମିଟି ଗଠନ ହେବ। ଏହି କମିଟି ଡ୍ରୋନ୍ ଓ ଅନ୍ୟ ଭିଡିଓ ଫୁଟେଜକୁ ଯାଞ୍ଚ କରାଯିବ। କମିଟିରେ ଉନ୍ନୟନ ପ୍ରଶାସକ, ଏଡିଏମ ଓ ଡେପୁଟି ସୂପରିଟେଣ୍ଡଣ୍ଟ ରହିବେ। ନୀଳାଦ୍ରି ବିଜେର ୧୦ ଦିନ ଭିତରେ ରିପୋର୍ଟ ଦେବେ।

    ସୂଚନାଯୋଗ୍ୟ, ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଶ୍ରୀଜିଉମାନଙ୍କର ଗୋଟି ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ଏହା ପରେ ବଡ଼ଠାକୁର ବଳଭଦ୍ରଙ୍କୁ ତାଳଧ୍ବଜରୁ ପହଣ୍ଡିରେ ତଳକୁ ଅଣାଯାଉଥିଲା। ମହାପ୍ରଭୁଙ୍କୁ ଚାଳମାଳର ଅଧବାଟରେ ଥିବା ବେଳେ କୌଣସି ତ୍ରୁଟି କାରଣରୁ ଝୁଙ୍କି ପଡ଼ିଥିଲେ। ‌କିନ୍ତୁ ସେବାୟତମାନେ ସତର୍କତାର ସହିତ ଠାକୁରଙ୍କୁ ଧରିଥିଲେ। ତେବେ ଏହି ଅପ୍ରୀତିକର ଘଟଣାରେ ୧୦ରୁ ଊର୍ଦ୍ଧ୍ବ ସେବାୟତ ଆହତ ହୋଇଥିଲେ। ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତିନି ଠାକୁର ଆଡ଼ପ ମଣ୍ଡପରେ ବିରାଜମାନ କରିବା ବେଳକୁ ରାତି ୧୨ଟା ହୋଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.6 ° C
    28.6 °
    28.6 °
    76 %
    1.1kmh
    71 %
    Sun
    28 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ