Sunday, October 4, 2026
30.6 C
Odisha

    ରାଜ୍ୟରେ ବିଜେଡି-ବିଜେପି ମେଣ୍ଟ ନେଇ କେନ୍ଦ୍ର ନିଷ୍ପତ୍ତିି ନେବ: ବିଜୟପାଲ ସିଂ ତୋମାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଜି ସକାଳେ ଓଡ଼ିଶା ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ରାଜ୍ୟରେ ବିଜେଡି-ବିଜେପି ମେଣ୍ଟ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର। ସେ କହିଛନ୍ତି ମେଣ୍ଟ ହେବ କି ନାହିଁ, ତାହା କେନ୍ଦ୍ରର ନିଷ୍ପତ୍ତିି। କେନ୍ଦ୍ର ଯାହା ନିଷ୍ପତ୍ତିି ନେବ ଆମେ ସେଥିରେ ସହମତ। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିିବା ପରେ ଓଡ଼ିଶା ବିଜେପି ନିର୍ବାଚନ ପ୍ରଭାରୀ ଶ୍ରୀ ତୋମାର ପ୍ରତିକ୍ରିୟା ଦେଇ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର ୨ରୁ ୩ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇପାରେ। ଆଗାମୀ ନିର୍ବାଚନରେ ବିଜେପି ସବୁ ଆସନରେ ପ୍ରାର୍ଥୀ ଦେବ। ରାଜ୍ୟରେ ବିଧାନସଭା ଓ ଲୋକସଭାରେ ବିଜେପି ବହୁମତ ପାଇବ ବୋଲି ବିଜୟପାଲ ସିଂ ତୋମାର ଦୃଢୋକ୍ତି ପ୍ରକାଶ କରିଛନ୍ତି। କେନ୍ଦ୍ର ସରକାରଙ୍କ ସବୁ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ପାଇଁ ପ୍ରୟାସ କରାଯାଉଛି ବୋଲି କହିଛନ୍ତି ରାଜ୍ୟ ନିର୍ବାଚନ ପ୍ରଭାରୀ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.6 ° C
    30.6 °
    30.6 °
    51 %
    2.9kmh
    3 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ