Saturday, October 10, 2026
22.4 C
Odisha

    ୨୬ରେ ଲାଣ୍ଡଫଲ୍ କରିବ ବାତ୍ୟା ‘ରେମଲ’ : କାଲିଠୁ ଓଡିଶାରେ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହା ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ସେପଟେ ଅବପାତ କେନ୍ଦ୍ରୀୟ ବଙ୍ଗୋପସାଗରରେ ବଳ ଗୋଟାଉଛି। ଏହା ବର୍ତମାନ ଉତ୍ତର ପୂର୍ବ ଦିଗରେ ଗତି କରୁଛି । ଆସନ୍ତାକାଲି ସକାଳେ ବାତ୍ୟାର ରୂପ ନେବା ପରେ ଉତ୍ତର ଦିଗରେ ଗତି କରିବା ଆରମ୍ଭ କରିବ। ଏହାପରେ ୨୫ ସନ୍ଧ୍ୟାରେ ଭୀଷଣ ବାତ୍ୟାରେ ପରିଣତ ହେବ । ସେହି ସମାନ ଭାବେ ଉତ୍ତର ଦିଗରେ ଗତି କରି ବାଂଲାଦେଶ ସଂଲଗ୍ନ ପଶ୍ଚିମବଙ୍ଗର ସାଗର ଦ୍ୱିପ ଓ ଖେପୁପରା ମଧ୍ୟରେ ୨୬ମଧ୍ୟରାତ୍ରରେ ଭୀଷଣ ବାତ୍ୟା ହୋଇ ଉପକୂଳ ଅତିକ୍ରମ କରିବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    81 %
    1.3kmh
    0 %
    Fri
    22 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ