Sunday, October 4, 2026
24.3 C
Odisha

    ଜାନୁଆରି ୩୧ ସୁଦ୍ଧା ରତ୍ନଭଣ୍ଡାର ମରାମତି, ଗଣତିମଣତି ସରିବ: ପୃଥ୍ବୀରାଜ ହରିଚନ୍ଦନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଦିନେ ଦୁଇ ଦିନ ଭିତରେ ରତ୍ନଭଣ୍ଡାରର ମରାମତି କାମ ଆରମ୍ଭ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜାନୁଆରି ୩୧ ସୁଦ୍ଧା ରତ୍ନଭଣ୍ଡାରର ମରାମତି ଓ ଗଣତିମଣତି କାମ ଶେଷ ହେବ। ତାପରେ ଅସ୍ଥାୟୀ ରତନଭଣ୍ଡାରୁ ଅଳଙ୍କାର ଅଣାଯାଇ ସୁରକ୍ଷିତ ପରିବେଶରେ ରଖାଯାଇ ଗଣତିମଣତି କରାଯିବ। ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଆଗରୁ କହିଥିଲେ, କାର୍ତ୍ତିକ ମାସରେ ଭକ୍ତଙ୍କ ପ୍ରବଳ ଭିଡ଼ ହେତୁ ଏଏସଆଇ ରତ୍ନଭଣ୍ଡାରର ମରାମତି କାମ କରିପାରିନଥିଲା। ହେଲେ ଏବେ ମରାମତି କାମ ଆରମ୍ଭ ହେବ। ଏନେଇ ଏଏସଆଇ ପକ୍ଷରୁ ପ୍ରସ୍ତୁତି ସରିଛି। ମୁଁ ଆଶା କରୁଛି, ଜାନୁଆରି ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତିମଣତି।

    ସୂଚନାଯୋଗ୍ୟ, ରତ୍ନଭଣ୍ଡାର ଗଣତିମଣତି ପାଇଁ ଏସଓପି ପ୍ରସ୍ତୁତ ସରିଥିଲା। ଏଏସଆଇ ମରାମତି କରି ସାର୍ଟିଫିକେଟ୍ ଦେବା ପରେ ଗଣତିମଣତି ହେବ। ମରାମତି ଏମିତି ହେବା ଦରକାର, ଯେମିତି ୧୦୦ ବର୍ଷ ପାଇଁ ଆବଶ୍ୟକ ପଡ଼ିବନି। ମରାମତିରେ ବ୍ରେକର ଲାଗି ପାରିବନି, ଏହା ଏକ ଗୁରୁତ୍ବପୂର୍ଣ୍ଣ ଅଂଶ। ଏସଓପି ଗୋପନୀୟ। ଏଣୁ ଏହାକୁ ପ୍ରକାଶ କରାଯାଇ ପାରିବ ନାହିଁ। ଠାକୁରଙ୍କ ଯେତିକି ସମ୍ପତ୍ତି ଅଛି, ତାହା ସୁରକ୍ଷିତ ରହିବା ଦରକାର ବୋଲି କୁହାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ