Sunday, April 26, 2026
27.6 C
Odisha

    ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ, ରାତି ପାହିଲେ ବାହୁଡ଼ାଯାତ୍ରା

    ଆଗକୁ ପଢନ୍ତୁ

    ପୁରୀ: ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଶେଷ ହୋଇଛି। ବାହୁଡା ଯାତ୍ରା ପ୍ରସ୍ତୁତି ପାଇଁ ସନ୍ଧ୍ୟା ଦର୍ଶନ ବନ୍ଦ ହୋଇଛି। ଦର୍ଶନ ବନ୍ଦ ପରେ ଶ୍ରୀଜିଉଙ୍କ ଅନ୍ୟ ନିତି ସମ୍ଫନ୍ନ ହେବ। ଆଜି ସକାଳ ଠାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ହଜାର ହଜାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶରଧାବାଲିରେ ଲୋକାରଣ୍ୟ ଦେଖାଯାଇଛି। ରାତି ପାହିଲେ ମହାପ୍ରଭୁ ଶ୍ରୀମନ୍ଦିର ଅଭିମୁଖେ ବାହାରିବେ। ଏଥି ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ଏଥି ପାଇଁ ପ୍ରସ୍ତୁତ ଅଛନ୍ତି। ଶୃଙ୍ଖଳିତ ବାହୁଡ଼ା ଯାତ୍ରା ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୂଚନା ଅନୁଯାୟୀ ରତ୍ନଭଣ୍ଡାର ଖୋଲାଯିବା ନେଇ ସମସ୍ତଙ୍କର ଉତ୍ସୁକତା ରହିଥିବା ବେଳେ ରତ୍ନଭଣ୍ଡାର ଭିତରୁ ବାହାରିଛନ୍ତି ଅଧିକୃତ ସଦସ୍ୟ । ବାହାରକୁ ବାହାରିବା ପରେ ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି କି, ଏସଓପି ମୁ୍ତାବକ ସମସ୍ତ କାର୍ଯ୍ୟ ହୋଇଛି । ଅରବିନ୍ଦ ପାଢୀଙ୍କ କହିବା ମୁତାବକ ବାହାର ରତ୍ନଭଣ୍ଡାରରୁ ଯାହା ବାହାରକୁ ବାହାର କରିବା କଥା ସମସ୍ତ ଜିନିଷ ବାହାର କରାଯାଇ ତାକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମ ଚେଙ୍ଗଡା ଘରେ ରଖାଯାଇଛି । ଜଷ୍ଟିସ ରଥ ଓ ମେକାପ ସଦସ୍ୟଙ୍କ ସାମ୍ନାରେ ସବୁ ଜିନିଷ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର କରାଯାଇଛି । ଏହାସହ ସ୍ଥାନାନ୍ତର ହୋଇଥିବା ସମସ୍ତ ଜିନିଷର ତାଲିକା ପ୍ରସ୍ତୁତ କରାଯାଇଛି । ଏବେ ବାହାର ରତ୍ନଭଣ୍ଡାରକୁ ସିଲ୍ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.6 ° C
    27.6 °
    27.6 °
    51 %
    1.5kmh
    81 %
    Sun
    43 °
    Mon
    44 °
    Tue
    43 °
    Wed
    43 °
    Thu
    39 °

    ସମ୍ବନ୍ଧିତ