Saturday, July 27, 2024
24.6 C
Odisha

    ମଦ ବ୍ୟବସାୟୀ ଧୀରଜ ସାହୁଙ୍କ ଘରେ ପଶିଲା ଆୟକର ବିଭାଗ

    ଆଗକୁ ପଢନ୍ତୁ

    ପୁଳା ପୁଳା ଟଙ୍କା ମିଳିବା ପରେ ଏବେ କଳାଧନର କୁବେର ଧୀରଜ ସାହୁଙ୍କ ଘରେ ସୁନା ଖୋଜିବ ଆୟକର ବିଭାଗ । ରାଜ୍ୟସଭା ସାଂସଦ ଧୀରଜ ସାହୁଙ୍କ ଝାଡଖଣ୍ଡ ଲୋହରଦଗା ଘରେ ପହଞ୍ଚିଛି ଆୟକର ବିଭାଗର ୧୨ ଜଣିଆ ଟିମ । ବଡ଼ କଥା ହେଉଛି ଏହି ଟିମ୍ ସାଙ୍ଗରେ ଆଣିଛି ଜିଓ ସର୍ଭିିଲାନ୍ସ ସିଷ୍ଟମ । କୁହାଯାଉଛି ଏହି ଯନ୍ତ୍ର ମାଟି ତଳେ  ଥିବା ସୁନାକୁ ଠାବ କରିପାରିବ । ମଦ ବ୍ୟବସାୟୀଙ୍କ ବିଭିନ୍ନ ଠିକଣାରେ ଚଢାଉ ପରେ ଟଙ୍କାର ପାହାଡ ଜବତ ହୋଇଛି । ଆଉ ଏବେ ସ୍ଥାବର ଅସ୍ଥାବର ସମ୍ପତିର ଆକଳନ କରୁଛି ଆୟକର ବିଭାଗ । ତେଣୁ କେତେ ସୁନା, ରୂପା ଲୁଚାଇ ରଖିଛନ୍ତି ଧୀରଜ ସାହୁ ତାର ଖୋଳତାଡ ହେବ । ଦରକାର ପଡିଲେ ଧୀରଜଙ୍କ ଘର ମାଟି ତାଡି ସୁନା ଗହଣାର ସନ୍ଧାନ କରିବ ଆୟକର ବିଭାଗ । ଧୀରଜଙ୍କ ଘରେ ପହଞ୍ଚିବା ବେଳେ ପରିବାରର ତିନିଜଣ ସଦସ୍ୟ ଓ ସିଆଇଏସଫ ଯବାନଙ୍କୁ ନେଇ ପହଞ୍ଚିଛି ଆୟକର ବିଭାଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ