Sunday, October 18, 2026
23.2 C
Odisha

    ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀଙ୍କ ସମୀକ୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଶାର ଲୋକଙ୍କ ଭାବାବେଗକୁ ସମ୍ମାନ ଜଣାଇ କାମ କରିବ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ। ଓଡ଼ିଆ ଅସ୍ମିତାକୁ ସମ୍ମାନ ଜଣାଇ ସମସ୍ତ କାର୍ଯ୍ୟ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନୂତନ ମନ୍ତ୍ରୀ ଭାବେ ଦାୟିତ୍ବ ନେବା ପରେ ବିଭାଗୀୟ ସମୀକ୍ଷା କରି ଏଭଳି ଆଭିମୁଖ୍ୟ ଗ୍ରହଣ କରିଛନ୍ତି ସୂର୍ଯ୍ୟବଂଶୀ ସୂରଜ। ଲୋକସେବା ଭବନସ୍ଥିତ ବିଭାଗର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମନ୍ତ୍ରୀ ଶ୍ରୀ ବିଭିନ୍ନ ସରକାରୀ ଅନୁଷ୍ଠାନ ଓ ବାଣିଜ୍ୟିକ ପ୍ରତିଷ୍ଠାନଗୁଡିକରେ ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନକୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଥିଲେ। ଏଥିସହ ଭାଷା କମିସନ ପ୍ରତିଷ୍ଠା, ସଂସ୍କୃତି ଓ ଐତିହ୍ୟ ନୀତି ସ୍ୱତନ୍ତ୍ର ମାର୍ଗଦର୍ଶିକା ପ୍ରଣୟନ, ସାହିତ୍ୟ ଏକାଡେମୀର ବାକି ଥିବା ପୁରସ୍କାର ପ୍ରଦାନ ଏବଂ ବିଭିନ୍ନ ଏକାଡେମୀର କାର୍ଯ୍ୟନିର୍ବାହୀ କମିଟି ଗଠନ ନିମନ୍ତେ ପଦକ୍ଷେପ ନେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

    ଏଥିସହ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାର ହିତାଧିକାରୀ ଓ ବର୍ତ୍ତମାନ ଜୀବିତ ଥିବା ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ବିଜେତାମାନଙ୍କୁ ସହାୟତା ରାଶି ସମୟାନୁଯାୟୀ ପ୍ରଦାନ କରିବା ସହ ଏକ ଅସ୍ମିତା ଭବନ ନିର୍ମାଣ ପାଇଁ ମଧ୍ୟ ପଦକ୍ଷେପ ନେବାକୁ କହିଥିଲେ। ସେହିଭଳି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମକୁ ନେଇ ଆସନ୍ତା ଶହେ ଦିନରେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରିବା ଉପରେ ମଧ୍ୟ ସେ ଗୁରୁତ୍ୱାରୋପ କରିଥିଲେ। ରାଜ୍ୟ ସରକାରଙ୍କ ଏହି ଗୁରୁତ୍ୱପୂର୍ଣ୍ଣ ବିଭାଗର ସମସ୍ତ ଯୋଜନା ଓ କାର୍ଯ୍ୟକ୍ରମ ଜନସାଧାରଣଙ୍କ ନିକଟରେ ପହଞ୍ଚାଇ ଲୋକମାନେ କିପରି ସର୍ବୋତ୍କୃଷ୍ଟ ସୁଫଳ ପାଇପାରିବେ ସେଥିପାଇଁ ଯତ୍ନବାନ ହେବାକୁ ମନ୍ତ୍ରୀ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ପ୍ରାରମ୍ଭରେ ବିଭାଗୀୟ କମିସନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ, ନିର୍ଦ୍ଦେଶକ ଦିଲୀପ ରାଉତରାଏ, ସ୍ୱତନ୍ତ୍ର ଶାସନ ସଚିବ ମଧୁସୂଦନ ଦାଶ, ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ ପ୍ରମୁଖ ପୁଷ୍ପଗୁଚ୍ଛ ଦେଇ ମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ