Wednesday, September 9, 2026
24.5 C
Odisha

    ବ୍ରହ୍ମପୁର, ଆସ୍କା ଲୋକସଭା କ୍ଷେତ୍ରର ସମୀକ୍ଷା କଲେ ବିଜେଡି ସଭାପତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୁରୁବାର ଦିନ ନବୀନ ନିବାସରେ ପ୍ରଥମେ ବ୍ରହ୍ମପୁର ଓ ଆସ୍କା ଲୋକସଭା କ୍ଷେତ୍ରର ସମୀକ୍ଷା କରିଛନ୍ତି। ବ୍ରହ୍ମପୁର ଲୋକସଭା କ୍ଷେତ୍ର ନେଇ ବିଜେଡିର ସମୀକ୍ଷା ଶେଷ ହେବାପରେ ଗଜପତି ଜିଲ୍ଲା ପର୍ଯ୍ୟବେକ୍ଷକ ଅତନୁ ସବ୍ୟସାଚୀ ନାୟକ ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ବ୍ରହ୍ମପୁର ଲୋକସଭା କ୍ଷେତ୍ର ଅଧିନରେ ଥିବା ସମସ୍ତ ବିଧାନସଭା ଆସନ ନେଇ ଆଲୋଚନା ହୋଇଛି। ସବୁ ନିର୍ବାଚନମଣ୍ଡଳୀରେ କିଭଳି ବିଜୟ ହେବ ସେନେଇ ଆଲୋଚନା କରାଯାଇଛି। ସବୁ ଆସନରେ ୨୦୨୪ ନିର୍ବାଚନ ଜିତିବା ପାଇଁ ମିଳିମିଶି କାମ କରିବାକୁ ପରାମର୍ଶ ଦିଆଯାଇଛି। ସେହିପରି ଆସିକା ଲୋକସଭା କ୍ଷେତ୍ର ସମୀକ୍ଷା ଶେଷ ହେବାପରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବୈଠକରେ ସାଂଗଠନିକ ସ୍ଥିତି ନେଇ ଆଲୋଚନା ହୋଇଛି। ଲୋକସଭା ଓ ସମସ୍ତ ବିଧାନସଭାରେ କିଭଳି ଭାବେ ସଂଗଠନ ସୁଦୃଢ ହେବ, ସେ ଦିଗରେ ବି ଆଲୋଚନା କରାଯାଇଛି।

    ଏହି ଅବସରେ ବୈଠକରେ ବ୍ରହ୍ମପୁର ସାଂସଦଙ୍କ ସହ ଲୋକସଭା କ୍ଷେତ୍ରରେ ଆସୁଥିବା ସମସ୍ତ ବିଧାନସଭା ଆସନର ବିଧାୟକ, ବରିଷ୍ଠ ନେତା ଓ ପର୍ଯ୍ୟବେକ୍ଷକ ଉପସ୍ଥିତ ଥିଲେ। ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ନେତା ଭି କାର୍ତ୍ତିକ ପାଣ୍ଡିଆନ, ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପର୍ଯ୍ୟବେକ୍ଷକ ମାନସ ମଙ୍ଗରାଜ ପ୍ରମୁଖ ଉପସ୍ଥିତ ଥିଲେ। ଏମାନଙ୍କ ସହ ଗଞ୍ଜାମ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ପ୍ରଦୀପ ଅମାତ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ସାଂସଦ ସସ୍ମିତ ପାତ୍ର, ଛତ୍ରପୁର ବିଧାୟକ ସୁବାସ ବେହେରା, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଚିକିଟି ବିଧାୟିକା ଉଷା ଦେବୀ, ଆସ୍କା ବିଧାୟିକା ମଞ୍ଜୁଳା ସ୍ୱାଇଁ, ଖଲିକୋଟ ବିଧାୟିକା ସୂର୍ଯ୍ୟମଣୀ ବୈଦ୍ୟ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ସୋରଡ଼ା ବିଧାୟକ ପୂର୍ଣ୍ଣ ସ୍ୱାଇଁ, ବିଜେଡି ଗଞ୍ଜାମ ଜିଲ୍ଲା ସଭାପତି ରମେଶ ଚ୍ୟାଉପଟ୍ଟନାୟକ, ବିଜେଡି ନେତା ସୁବାସ ମହାରଣା, ବିପ୍ଳବ ପାତ୍ର, ନାରାୟଣ ଜେନା, ପୂର୍ବତନ ସାନଖେମୁଣ୍ଡି ବିଧାୟିକା ନନ୍ଦିନୀ ଦେବୀ ଉପସ୍ଥିତ ଥିଲେ। ତେବେ ଆଜି ୪ଟି ଲୋକସଭା କ୍ଷେତ୍ରର ସମୀକ୍ଷା କରୁଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସକାଳେ ବ୍ରହ୍ମପୁର ଓ ଆସିକା ଲୋକସଭା ଆସନ ସମୀକ୍ଷା ପରେ ଅପରାହ୍ମରେ ଭୁବନେଶ୍ବର ଓ କନ୍ଧମାଳ ଲୋକସଭା କ୍ଷେତ୍ରର ସମୀକ୍ଷା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    95 %
    1.5kmh
    100 %
    Wed
    25 °
    Thu
    28 °
    Fri
    28 °
    Sat
    28 °
    Sun
    28 °

    ସମ୍ବନ୍ଧିତ