Sunday, October 11, 2026
29.5 C
Odisha

    ଓଲିଉଡ ମେଗା ଷ୍ଟାର ଉତ୍ତମ ମହାନ୍ତିଙ୍କ ପରଲୋକ

    ଆଗକୁ ପଢନ୍ତୁ

    ଓଡ଼ିଆ ଚଳଚ୍ଚିତ୍ରର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଆଉ ଦୁନିଆରେ ନାହାନ୍ତି। ଦିଲ୍ଲୀରେ ଗୁରୁଗ୍ରାମ ମେଦାନ୍ତ ହସ୍ପିାଟଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ସେ ଲିଭର୍ ସିରୋସିସ୍ ରୋଗରେ ପୀଡ଼ିତ ଥିଲେ।ଉତ୍ତମ ମହାନ୍ତି ମୟୂରଭଞ୍ଜ ଜିଲ୍ଲାର ବାରିପଦାଠାରେ ଜନ୍ମ । ଓଲିଉଡ୍ ଦଣ୍ଡା ବାଳୁଙ୍ଗା ରୂପେ ପରିଚିତ ଉତ୍ତମ ମହାନ୍ତି ୧୯୭୭ରେ ସାଧୁ ମେହେରଙ୍କ ନିର୍ଦ୍ଦେଶିତ ‘ଅଭିମାନ’ ଫିଲ୍ମ ଜରିଆରେ ଓଡିଆ ସିନେମା ଜଗତରେ ଡେବ୍ୟୁ କରିଥିଲେ ।

    ଏହାପର ଠାରୁ ଆଉ ପଛକୁ ଫେରିନାହାନ୍ତି ଉତ୍ତମ ମହାନ୍ତି । ଗୋଟିଏ ପରେ ଗୋଟିଏ ଫିଲ୍ମ କରି ଓଲିଉଡ୍ରେ ଏକ ନୂଆ ଟ୍ରେଣ୍ଡ ସେଟ୍ କରିଥିଲେ ଉତ୍ତମ । ବର୍ତ୍ତମାନ ଯାଏ ୧୩୫ରୁ ଅଧିକ ଫିଲ୍ମରେ ଅଭିନୟ କରିସାରିଛନ୍ତି ଉତ୍ତମ ମହାନ୍ତି । ଯେଉଁଥିରେ ତାଙ୍କର ନିଖୁଣ ଅଭିନୟ ପାଇଁ ସବୁବେଳେ ଦର୍ଶକଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛି । ୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିସାରିଛନ୍ତି ।

    ଏପିରିକି ଉତ୍ତମ ମହାନ୍ତିଙ୍କ ନିଖୁଣ ଅଭିନୟ ଲାଗି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର ପରି ଅନେକ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ତେବେ ଉତ୍ତମଙ୍କ ଅଭିନୀତ ଦଣ୍ଡା ବାଳୁଙ୍ଗା ତାଙ୍କୁ ଘରେ ଘରେ ବେଶ୍ ପରିଚିତ କରିଥିଲା । ୧୯୮୭ ମସିହାରେ ଓଲିଉଡ୍ ରେ କ୍ୱିନ୍ ଅପରାଜିତଙ୍କୁ ବିବାହ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.5 ° C
    29.5 °
    29.5 °
    59 %
    1.4kmh
    0 %
    Sun
    30 °
    Mon
    30 °
    Tue
    30 °
    Wed
    29 °
    Thu
    29 °

    ସମ୍ବନ୍ଧିତ