Monday, March 23, 2026
20.4 C
Odisha

    ହୀରାକୁଦ ଡ୍ୟାମର ଆଉ ୮ଟି ଗେଟ୍ ଖୋଲିଲା

    ଆଗକୁ ପଢନ୍ତୁ

    ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍‌ ଜଳସ୍ତର ବଢିବାରେ ଲାଗିଛି। ଫଳରେ ଶନିବାର ହୀରାକୁଦ ଡ୍ୟାମ୍‌ର ଆଉ ୮ଟି ଗେଟ୍‌ ଖୋଲାଯାଇଛି। ବର୍ତ୍ତମାନ ଡ୍ୟାମ୍‌ର ୧୪ଟି ଗେଟ୍‌ରୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏନେଇ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି। ଜଳସ୍ତରକୁ ଦୃଷ୍ଟିରେ ରଖି ଆହୁରି ଅଧିକ ଗେଟ ଖୋଲାଯାଇପାରେ ବୋଲି ସୂଚନା ମିଳିଛି।

    ଅନ୍ୟପକ୍ଷେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏପରିକି ଉତ୍ତର-ପଶ୍ଚିମବଙ୍ଗରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ୩ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ମଧ୍ୟ ସତର୍କ ସୂଚନା ଜାରି କରିଛି।

    ପରବର୍ତ୍ତୀ ୪୮ ଘଣ୍ଟାରେ ଘନିଭୂତ ହୋଇ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ବିଭିନ୍ନ ଜିଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ନେଇ SRC ସତର୍କ ସୂଚନା ଜାରି କରିଛନ୍ତି। ରାଜ୍ୟରେ ଆଗାମୀ ୩ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସୂଚନା ରହିଛି। କାଲି ପର୍ଯ୍ୟନ୍ତ ୮ ଜିଲାକୁ ଅରେଞ୍ଜ ଓ ୧୮ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କଟକ, ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି।

    ଅନ୍ୟପକ୍ଷେ ହୀରାକୁଦରୁ ବର୍ତ୍ତମାନ ୧୪ଟି ଗେଟ ଦେଇ ଜଳ ନିଷ୍କାସନ ସାଙ୍ଗକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ମଧ୍ୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    20.4 ° C
    20.4 °
    20.4 °
    39 %
    1.4kmh
    0 %
    Mon
    33 °
    Tue
    36 °
    Wed
    38 °
    Thu
    39 °
    Fri
    39 °

    ସମ୍ବନ୍ଧିତ