Sunday, March 29, 2026
39.2 C
Odisha

    ଅକ୍ଟୋବର ୫ ସୁଦ୍ଧା ରାଜ୍ୟର ସବୁ ସହରରେ ସରିବ ରାସ୍ତା ମରାମତି କାର୍ଯ୍ୟ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଅକ୍ଟୋବର ୫ ସୁଦ୍ଧା ଦ୍ବୈତ ନଗରୀ ସମେତ ରାଜ୍ୟର ସବୁ ସହରରେ ସରିବ ରାସ୍ତା ମରାମତି କାର୍ଯ୍ୟ। ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟରେ ପ୍ରଥମ ଥର ଲାଗି ଆଜି ଦ୍ବୈତ ନଗରୀ ପାଇଁ ବସିଥିବା ସ୍ଵତନ୍ତ୍ର ବୈଠକ ପରେ ଏହି ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ଏହାସହିତ ଜଳବନ୍ଦୀ ସମସ୍ୟା ଦୂର ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ।

    ସେହିପରି ମନ୍ତ୍ରୀ କହିଛନ୍ତି, ପୂର୍ବରୁ କେବେ ଭୁବନେଶ୍ଵର କଟକ ରାସ୍ତା ମରାମତି ନେଇ ସମନ୍ଵୟ ବୈଠକ ବସି ନଥିଲା। ଆମ ସରକାର ଆସିବା ପରେ ଆଜି ପ୍ରଥମ ଥର ସମନ୍ଵୟ ବୈଠକ ବସିଛି। ଆଗକୁ ଏ ଧାରା ଜାରି ରହିବ ଓ ରାସ୍ତା ଘାଟ ସ୍ଥିତି ନେଇ ସମୀକ୍ଷା କରାଯିବ। ପାର୍ବଣ ପରେ ଟ୍ରାଫିକ ସମସ୍ୟାର ସ୍ଥାୟୀ ପ୍ରତିକାର ପାଇଁ ବସିବ ବୈଠକ। କଟକ ଭୁବନେଶ୍ଵର ରେ ଟ୍ରାଫିକ ସମସ୍ୟା ଦୂର ଲାଗି ନୂଆ ରାସ୍ତା ତିଆରି ଉପରେ ଆଲୋଚନା ହେବ।
    ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା କହିଛନ୍ତି, ରାସ୍ତା ଓ ଡ୍ରେନ କାମ ବେଳେ ବିଭାଗ ବିଭାଗ ମଧ୍ୟରେ ସମନ୍ଵୟ ରହୁନି। ଫଳରେ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କିଭଳି ସମନ୍ଵୟ ରହିବ, ସେ ନେଇ ଗୁରୁତ୍ଵ ଦେବାକୁ ଦାବି କରିଛି। ଆଗକୁ ରାସ୍ତା ତିଆରି ବେଳେ ଖରାପ ରାସ୍ତାକୁ ସମ୍ପୂର୍ଣ ଖୋଳି ନୂଆ ଦୀର୍ଘ ମିଆଦି ରାସ୍ତା ତିଆରି କରନ୍ତୁ। ନଚେତ୍ ୧୯୮୦ ମସିହାରୁ ତିଆରି ହୋଇଥିବା ଘର ଏବେ ରାସ୍ତା ଠୁ ତଳେ ରହିଲେଣି। ଯେଉଁ ଥି ପାଇଁ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39.2 ° C
    39.2 °
    39.2 °
    13 %
    4.1kmh
    4 %
    Sun
    40 °
    Mon
    41 °
    Tue
    38 °
    Wed
    40 °
    Thu
    40 °

    ସମ୍ବନ୍ଧିତ