Friday, October 9, 2026
30.5 C
Odisha

    ୧୬ରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା : ୧୫ ତାରିଖ ରାତିରେ ରଥ ପ୍ରତିଷ୍ଠା

    ଆଗକୁ ପଢନ୍ତୁ

    ଆସନ୍ତା ୧୬ରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ। ଅଣଲେଉଟା ରୁକୁଣା ରଥରେ ଚଢ଼ି ପ୍ରଭୁ ଶ୍ରୀଲିଙ୍ଗରାଜ ଯିବେ ମାଉସୀ ମା’ ଘର। ଏହି ପ୍ରସିଦ୍ଧ ରଥଯାତ୍ରା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ମନ୍ଦିର କାର୍ୟ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ତଥା ମନ୍ଦିର କାର୍ୟ୍ୟନିର୍ବାହୀ ଅଧିକାରୀ ରୁଦ୍ର ମହାନ୍ତିଙ୍କ ସଭାପତିତ୍ୱରେ ନୀତିକାନ୍ତି, ରଥ ପ୍ରତିଷ୍ଠା, ରଥଯାତ୍ରା ଓ ବାହୁଡ଼ା ଯାତ୍ରା ସମ୍ପର୍କରେ ଆଲୋଚନା ହୋଇଥିଲା। ରଥଯାତ୍ରାର ୨ ଦିନ ପୂର୍ବରୁ, ଅର୍ଥାତ୍‌ ୧୪ ତାରିଖ ସନ୍ଧ୍ୟାରେ ମହାରଣା ସେବାୟତ ରଥ ସମ୍ପୂର୍ଣ୍ଣ କରି ମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରିବେ। ଏନେଇ ମହାରଣା ସେବାୟତଙ୍କ ସହ‌ ଆଲୋଚନା ସରିଛି। ଆଜି କ୍ଷେତ୍ରବାସୀ ସେବାୟତଙ୍କ ସହ ସେବାୟତଙ୍କ ସହ ଆଲୋଚନା ପରେ ହୋଇଥିବା ନିଷ୍ପତ୍ତି ଅନୁସାରେ ୧୫ ତାରିଖ ଦିନ ରଥ ପ୍ରତିଷ୍ଠା କରାଯିବ। ଉକ୍ତଦିନ ରାତି ୮ଟା ସୁଦ୍ଧା ପୁରୀର ରାଜଗୁରୁ ରଥ ଖଳାରେ ପହଞ୍ଚିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.5 ° C
    30.5 °
    30.5 °
    50 %
    3.4kmh
    0 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ