Friday, September 20, 2024
24.1 C
Odisha

    ନବ ଦାସ ହତ୍ୟାକାଣ୍ଡ, ଖୋଲିବ ଗୁମର । ପୁନଃ ତଦନ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି ବିଜେପି ସରକାର

    ଆଗକୁ ପଢନ୍ତୁ

    ଖୋଲିବ ନବ ଦାସଙ୍କ ହତ୍ୟା ମାମଲାର ଗୁମର । ବିଜେପି ସରକାର ଏହି ମାମଲାର ପୁନଃ ତଦନ୍ତ କରିବାକୁ ନିଷ୍ପତି ନେଇଛନ୍ତି । ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରଚନ୍ଦନ ଜାତୀୟ ଗଣମାଧ୍ୟମ ସଂସ୍ଥାକୁ ଟାଇମ୍ସ ଅଫ ଇଣ୍ଡିଆକୁ ଦେଇଥିବା ଏକ ସାକ୍ଷାତକାରରେ କହିଛନ୍ତି । ବିଜେଡି ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିଲେ ନବ ଦାସ । ଗତ ୨୦୨୩ ଜାନୁଆରୀ ୨୯ ତାରିଖରେ ନବ ଦାସଙ୍କୁ ଦିନ ଦିପ୍ରହରରେ ଗୁଳି କରି ହତ୍ୟା କରିଥିଲା ଏଏସଆଇ ଗୋପାଳ ଦାସ । ଏହି ହତ୍ୟାକାଣ୍ଡ ପଛରେ ବିଜେଡି ନେତାଙ୍କ ସମ୍ପୃକ୍ତି ଥିବା ନେଇ ମଧ୍ୟ ଅଭିଯୋଗ ଆସିଥିଲା ।
    ଅଭିଯୁକ୍ତ ଗୋପାଳ ଦାସ ଜେଲରେ ଥିଲେ ମଧ୍ୟ ଏହି ହତ୍ୟାକାଣ୍ଡ ପଛରେ ବଡ଼ ଷଡଯନ୍ତ୍ର ଥିବା ନେଇ ଅଭିଯୋଗ ହୋଇଥିଲା । କେବଳ ନବ ଦାସଙ୍କ ମାମଲା ନୁହେଁ, ୨୦୨୨ ମମିତା ମେହର ହତ୍ୟା ମାମଲା ଏବଂ ୨୦୦୮ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ମାମଲାର ପୁନଃ ତଦନ୍ତ ହେବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ । ମମିତାଙ୍କ ହତ୍ୟା ମାମଲାରେ ତତକାଳୀନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଥିବା ନେଇ ଅଭିଯୋଗ ଉଠିଥିଲା । ପରେ ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବବା ଗୋବିନ୍ଦ ସାହୁ ଜେଲରେ ଆତ୍ମହତ୍ୟା କରିଥିଲେ । ଏସବୁ ମାମଲା ପୁଣି ଖୋଲିବା ନେଇ ଆଇନ ମନ୍ତ୍ରୀଙ୍କ ବୟାନ ପରେ ରାଜ୍ୟ ରାଜନୀତିରେ ଉଷ୍ମତା ଦେଖିବାକୁ ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.1 ° C
    24.1 °
    24.1 °
    91 %
    1kmh
    100 %
    Thu
    24 °
    Fri
    31 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ