Saturday, April 19, 2025
40.3 C
Odisha

    ଦେଶର ସବୁ ବର୍ଗର ଲୋକମାନଙ୍କ ଆଙ୍କାକ୍ଷାକୁ ପୁରଣ କରିବ କେନ୍ଦ୍ର ବଜେଟ:ସମୀର ମହାନ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର, ତା.୨୩/୦୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କର ତୃତୀୟ ପାଳିର ପ୍ରଥମ ବଜେଟ ଆମ ଦେଶର ଆର୍ଥୀକ ପ୍ରଗତିକୁ ଆଗେଇ ନେବା ଭଳି ଏକ କ୍ରାନ୍ତିକାରି ବଜେଟ । ସଂସଦରେ ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସିଥାରମଣ ଆଣିଥିବା ଏହି ବଜେଟ ସବୁ ବର୍ଗକୁ ସୁହାଇଲା ଭଳି ହୋଇଛି । ମୋଦିଜୀଙ୍କର ବିକଶିତ ଭାରତର ପରିକଳ୍ପନାକୁ ବାସ୍ତବତାରେ ପରିଣତ କରିବା ଦିଗରେ ଏହି ବଜେଟ ସଫଳ ହେବ ବୋଲି ପୂର୍ବତନ ରାଜ୍ୟ ସଭାପତି ତଥା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ସମୀର ମହାନ୍ତି କହିଛନ୍ତି ।

    ଶ୍ରୀ ମହାନ୍ତି କହିଛନ୍ତି ଯେ, ଦେଶରେ କୃଷି କ୍ଷେତ୍ରକୁ ଆଗ୍ରାଧୀକାର ଦେବା ସହିତ ଶିକ୍ଷା, ଶିଳ୍ପ, ସ୍ୱାସ୍ଥ୍ୟ, ପର୍ଯ୍ୟଟନର ବିକାଶକୁ ଏହି ବଜେଟରେ ପ୍ରାଥମିକତା ଦିଆଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ସବକା ସାଥ, ସବକା ବିକାଶ, ସବକା ବିଶ୍ୱାସ ମନ୍ତ୍ରରେ ପ୍ରେରଣା ପାଇ ଏହି ବଜେଟ ପ୍ରସ୍ତୁତ ହୋଇଛି । ଦେଶର ସବୁ ବର୍ଗର ଲୋକମାନଙ୍କ ଆଙ୍କାକ୍ଷାକୁ ପୁରଣ କରିବା ଦିଗରେ ଏହି ବଜେଟ ବହୁ ସହାୟକ ହେବ ବୋଲି ଶ୍ରୀ ମହାନ୍ତି କହିଛନ୍ତି । ଏଥି ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀଥାରମଣଙ୍କୁ ଶ୍ରୀ ମହାନ୍ତି ଆନ୍ତରିକ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    40.3 ° C
    40.3 °
    40.3 °
    15 %
    2.5kmh
    49 %
    Sat
    40 °
    Sun
    43 °
    Mon
    43 °
    Tue
    44 °
    Wed
    45 °

    ସମ୍ବନ୍ଧିତ