Wednesday, December 25, 2024
18 C
Odisha

    ଓଡ଼ିଶାର ୧୫ ଜଣଙ୍କୁ ସାହସିକତା, ୧୧ ଜଣଙ୍କୁ ସେବା ଓ ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପଦକ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଜାତୀୟ ସାହସିକତା ଓ ସେବା ପୁରସ୍କାର ଘୋଷଣା। ୭୫ତମ ଗଣତନ୍ତ୍ର ଦିବସ ଅବସରରେ ୨୭୭ଟି ସାହସିକତା ପୁରସ୍କାର ଅନୁମୋଦନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୧୩୨ ବିଶିଷ୍ଟ ବ୍ୟକ୍ତିଙ୍କ ପାଇଁ ପୁରସ୍କାର ଘୋଷଣା ହୋଇଛି। ପୁଲିସ, ଅଗ୍ନିଶମ, ହୋମଗାର୍ଡ, ସିଭିଲ ଡିଫେନ୍ସ ବର୍ଗ ପାଇଁ ଏହି ସମ୍ମାନ ପାଇବେ। ଉଲ୍ଲେଖନୀୟ ସେବା ଓ ସାହସିକତା ପାଇଁ ମିଳିବ ସମ୍ମାନ । ସ୍ବରାଷ୍ଟ୍ର ମନ୍ତ୍ରାଳୟ ପକ୍ଷରୁ ପୁରସ୍କାର ତାଲିକା ଏହି ପ୍ରକାଶ ପାଇଛି। ୨୭୭ ଜଣଙ୍କୁ ମିଳିବ ସାହସିକତା ପୁରସ୍କାର । ସୂଚନା ଅନୁଯାୟୀ, ଓଡ଼ିଶାର ୧୫ ଜଣଙ୍କୁ ଦିଆଯିବ ସାହସିକତା ପୁରସ୍କାର। ଉଲ୍ଲେଖନୀୟ ସେବା ପାଇଁ ଓଡ଼ିଶାର ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ମିଳିବ। ଗୃହବିଭାଗ ସ୍ବତନ୍ତ୍ର ସଚିବ ସନ୍ତୋଷ ବାର୍ଲାଙ୍କୁ ମିଳିବ ରାଷ୍ଟ୍ରପତି ପଦକ। ସେହିପରି କନଷ୍ଟେବଲ ସଂଯୁକ୍ତା ପଟ୍ଟନାୟକ ପାଇବେ ରାଷ୍ଟ୍ରପତି ପଦକ। ଏହାଛଡ଼ା ଓଡ଼ିଶାର ୧୧ ପୁଲିସ ଅଧିକାରୀଙ୍କୁ ପ୍ରଶଂସନୀୟ ସେବା ପଦକ ପ୍ରଦାନ କରାଯିବ। IG ସତ୍ୟବ୍ରତ ଭୋଇଙ୍କ ସହ ୩ ଜଣ DSP ରାଙ୍କ ଅଧିକାରୀ ପାଇବେ ପଦକ। DSP ସାରଦା ପ୍ରସନ୍ନ ପ୍ରଧାନଙ୍କୁ ମିଳିବ ସମ୍ମାନ। DSP ପ୍ରଦୀପ ସାମଲ ଓ ପ୍ରଶାନ୍ତ ସାହୁଙ୍କୁ ମିଳିବ ସମ୍ମାନ। ଇନ୍ସପେକ୍ଟର ରଶ୍ମୀରଂଜନ ମହାପାତ୍ର ପାଇବେ ପଦକ । ଡେପୁଟି କମାଣ୍ଡାଣ୍ଟ ରଜତ କେରକେଟା ପାଇବେ ପୁରସ୍କାର। ହାବିଲଦାର ଦିଲ୍ଲୀପ କୁମାର ନାଏକ ପାଇବେ ପଦକ। ASI ବିଜୟ କୁମାର ପ୍ରଧାନ ପାଇବେ ପୁରସ୍କାର। ସିପାହୀ ବନମାଳୀ ରାୟ, ନାମବାହଦୁର ଛେତ୍ରୀଙ୍କୁ ସମ୍ମାନ ମିଳିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    18 ° C
    18 °
    18 °
    98 %
    1.4kmh
    88 %
    Wed
    18 °
    Thu
    26 °
    Fri
    28 °
    Sat
    30 °
    Sun
    29 °

    ସମ୍ବନ୍ଧିତ