Friday, October 16, 2026
28.4 C
Odisha

    ଆଉ ୪ ଦିନ ପରେ ସାଧାରଣତନ୍ତ୍ର ଦିବସ, ଜାଣନ୍ତୁ- ରାଜ୍ୟରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଜାନୁଆରୀ ୨୬ ତାରିଖରେ ଦେଶ ପାଳିବ ୭୫ତମ ସାଧାରଣତନ୍ତ୍ର ଦିବସ । ଆଉ ମାତ୍ର ୪ ଦିନ ପରେ ସମଗ୍ର ଦେଶ ବେଶ ଧୁମ୍‌ଧାମ୍‌ରେ ସାଧାରଣତନ୍ତ୍ର ଦିବସ ପାଳନ କରିବ। ତେବେ ଓଡ଼ିଶାରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ ରାଜ୍ୟପାଳ ରଘୁବର ଦାସ ରାଜଧାନୀ ଭୁବନେଶ୍ୱରରେ ହେବାକୁ ଥିବା ରାଜ୍ୟସ୍ତରୀୟ ସମାବେଶରେ ଜାତୀୟ ପତାକା ଉତ୍ତୋଳନ କରିବେ। ଅନ୍ୟ ସ୍ଥାନରେ ପତାକା ଉତ୍ତୋଳନ କରିବେ ମନ୍ତ୍ରୀ ଓ ଅନ୍ୟ ଅଧିକାରୀ । ସେହିପରି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କନ୍ଧମାଳ, ପ୍ରଦୀପ କୁମାର ଅମାତ ସୁନ୍ଦରଗଡ଼, ପ୍ରଫୁଲ୍ଲ କୁମାର ମଲ୍ଲିକ ପୁରୀ ଜିଲ୍ଲାରେ ଜିଲ୍ଲାସ୍ତରୀୟ ଉତ୍ସବରେ ପତାକା ଉତ୍ତୋଳନ କରିବେ । ସେହିପରି ଜଗତସିଂହପୁରରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ସୁବର୍ଣ୍ଣପୁରରେ ଉଷା ଦେବୀ, କେନ୍ଦୁଝର ଜିଲ୍ଲାରେ ସାରଦା ପ୍ରସାଦ ନାୟକ, ମୟୂରଭଞ୍ଜରେ ଅଶୋକ ଚନ୍ଦ୍ର ପଣ୍ଡା, ବଲାଙ୍ଗିରରେ ରଣେନ୍ଦ୍ର ପ୍ରତାପ ସ୍ଵାଇଁ, କଟକରେ ସୁଦାମ ମାର୍ଣ୍ଡି, ଗଞ୍ଜାମ ଜିଲ୍ଲାରେ ଜଗନ୍ନାଥ ସାରକା ଜିଲ୍ଲାସ୍ତରୀୟ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବେ। ସମ୍ବଲପୁରରେ ଜିଲ୍ଲାସ୍ତରୀୟ ଉତ୍ସବରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ, କଳାହାଣ୍ଡିରେ ଟୁକୁନି ସାହୁ, ଅନୁଗୁଳରେ ଅଶ୍ୱିନୀ କୁମାର ପାତ୍ର, ବାଲେଶ୍ଵରରେ ବାସନ୍ତୀ ହେମ୍ବ୍ରମ, ଝାରସୁଗୁଡ଼ାରେ ପ୍ରୀତିରଞ୍ଜନ ଘଡାଇ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବେ । ନୂଆପଡାରେ ରୀତା ସାହୁ ଓ କୋରାପୁଟରେ ତୁଷାରକାନ୍ତି ବେହେରା ପତାକା ଉତ୍ତୋଳନ କରିବେ। ବ୍ରହ୍ମପୁରରେ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ଉତ୍ସବରେ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର, ରାଉରକେଲାରେ ଉତ୍ତରାଞ୍ଚଳ ରାଜସ୍ବ କମିଶନର ପତାକା ଉତ୍ତୋଳନ କରିବେ । ତେବେ ବରଗଡ଼, ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, ଯାଜପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, ମାଲକାନଗିରି, ନବରଙ୍ଗପୁର, ନୟାଗଡ଼ ଓ ରାୟଗଡ଼ାରେ ସମ୍ପୃକ୍ତ ଜିଲ୍ଲାପାଳମାନେ ପତାକା ଉତ୍ତୋଳନ କରିବା ସହ ପରେଡ୍ ଅଭିବାଦନ ଗ୍ରହଣ କରିବେ ବୋଲି ଜଣାପଡ଼ିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    28.4 ° C
    28.4 °
    28.4 °
    68 %
    1.9kmh
    31 %
    Fri
    29 °
    Sat
    28 °
    Sun
    27 °
    Mon
    30 °
    Tue
    30 °

    ସମ୍ବନ୍ଧିତ