Monday, April 6, 2026
35.2 C
Odisha

    ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପଶି ଅସନ୍ତୁଷ୍ଟ ଗୋଷ୍ଠୀ କାଳିମାଡ଼ କରିଥିବା ଜଣାପଡ଼ିଛି। ଆଜି କଂଗ୍ରେସ ଭବନରେ ଚାମ୍ବରରେ ବସିଥିଲେ ପିସିସି ସଭାପତି ଶରତ ପଟ୍ଟନାୟକ । ଏହି ସମୟରେ ତାଙ୍କୁ କାଳିମାଡ଼ ହୋଇଥିବା ସୂଚନା । କାଳିମାଡ଼ରେ ଦବିଯିବିନି ବୋଲି ଶରତ କହିଛନ୍ତି। ଏହା ମୋ ପାଇଁ ନୂଆ ନୁହେଁ । ପୂର୍ବଥର ପିସିସି ସଭାପତି ଥିବା ବେଳେ ଅଣ୍ଡା, ପଥର ମାଡ଼ ହୋଇଥିଲା । ଏସବୁ ନେଇ ମୁଁ ବ୍ୟଥିତ ନୁହେଁ କି ଦବି ଯିବାର ପ୍ରଶ୍ନ ଉଠୁନି ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି। ବିଜେପି କିମ୍ବା ଅନ୍ୟ କାହା ଦ୍ବାରା ପ୍ରରୋଚିତ ଦୁର୍ବୃତ୍ତ ଏମିତି କରିଛନ୍ତି। କଂଗ୍ରେସ ଉତ୍‌ଥାନ କରୁଥିବା ଦେଖି କିଛି ଅହଂକାରୀ ଏଭଳି କରୁଥିବେ। ଏମିତି କେତେ ଆସିଛନ୍ତି, ଯାଇଛନ୍ତି । ସେସବୁ ଖାତିର୍‌ କରେନି । କଂଗ୍ରେସକୁ ଦୁର୍ବଳ କରିବାକୁ ଉଦ୍ୟମ କରୁଥିବା ଶକ୍ତିକୁ ବରଦାସ୍ତ କରିବୁନି ବୋଲି ଶରତ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.2 ° C
    35.2 °
    35.2 °
    30 %
    0.9kmh
    0 %
    Mon
    37 °
    Tue
    38 °
    Wed
    39 °
    Thu
    38 °
    Fri
    39 °

    ସମ୍ବନ୍ଧିତ