Sunday, September 13, 2026
28.6 C
Odisha

    ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣର ମାର୍ଗ ପ୍ରଶସ୍ତ କରିଛି : ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ପଞ୍ଚମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଭଦ୍ରକ ଓ ସୁନ୍ଦରଗଡ ଜିଲ୍ଲାର ୩୪୩ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି ।ଏଥିରେ କଳାହାଣ୍ଡି ଜିଲ୍ଲାର ୭୩ଟି ହାଇସ୍କୁଲ, କନ୍ଧମାଳର ୪୬ଟି, କୋରାପୁଟର ୮୨ଟି, ଭଦ୍ରକର ୬୦ଟି ଓ ସୁନ୍ଦରଗଡର ୮୨ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ସୂଚନାଯୋଗ୍ୟ ଯେ, ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।
    ଆଜି ସ୍କୁଲ ଲୋକାର୍ପଣ ଅବସରରେ ମୁଖ୍ୟମନ୍ତ୍ରୀ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ। ଛାତ୍ରଛାତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି। ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ଆଶା ଓ ବିଶ୍ବାସ ପ୍ରକଟ କରିଥିଲେ।
    ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ । ସ୍କୁଲ କଲେଜଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି । ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ । ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ। ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫-ଟିର ଗୁରୁତ୍ଵ ବୁଝାଇଥିଲେ। ସେ କହିଥିଲେ ଯେ, ପିଲାମାନେ ନିଜ ଜୀବନରେ ଏହାକୁ ପ୍ରୟୋଗ କଲେ ନିଶ୍ଚୟ ସଫଳ ହେବେ।

    ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ୫ଟି ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍‌ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର। ଯାହାକୁ ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ । ଶିକ୍ଷାରେ ଟେକ୍ନୋଲୋଜିର ପ୍ରୟୋଗ ପିଲାଙ୍କୁ ଯୁଗୋପଯୋଗୀ କରିପାରିଛି । ରୂପାନ୍ତରିତ ସ୍କୁଲର ପିଲା ଜୀବନର ସବୁ କ୍ଷେତ୍ରରେ ସଫଳ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.6 ° C
    28.6 °
    28.6 °
    76 %
    1.1kmh
    71 %
    Sun
    28 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ