Saturday, March 21, 2026
19.7 C
Odisha

    ବରିଷ୍ଠ ବିଜେପି ନେତା ସମୀର ଦେଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର :  ବରିଷ୍ଠ ବିଜେପି ନେତା ଓ ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ପରଲୋକ ହୋଇଛି  । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା  । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି ।  ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବିଜେପି ବିଜେଡି ମେଣ୍ଟ ସରକାରରେ ମନ୍ତ୍ରୀ ଥିଲେ ସମୀର  । ଏକାଧିକ ବିଭାଗରେ ମନ୍ତ୍ରୀଭାବେ ଦାୟିତ୍ବ ତୁଲାଇଥିଲେ  । ନଗର ଉନ୍ନୟନ ବିଭାଗ ଓ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି  ।

    ରାଜ୍ୟ ସରକାରଙ୍କ ଘୋଷଣା ଅନୁଯାୟୀ ସ୍ବର୍ଗତ ସମୀର ଦେଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯିବ। ସି ଡି ଏ ସ୍ଥିତ ଘରେ ଦିଆଯିବ ରାଷ୍ଟ୍ରୀୟ ମର୍ଯ୍ୟାଦା। ପ୍ରଥମେ ବିଧାନସଭା ଓ ପରେ ରାଜ୍ୟ ବିଜେପି କର୍ଯ୍ୟଳୟକୁ ନିଆଯିବ ପାର୍ଥିବ ଶରୀର । ତା ପରେ କଟକ ସ୍ଥିତ ନିମ ସାହି ବାସଭବନକୁ ନିଆଯିବ । ଖାନ ନଗର ଶ୍ମଶାନ ଠାରେ ଶେଷ କୃତ୍ୟ ସଂପନ୍ନ ହେବ  ବୋଲି  କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେଙ୍କ ସୂଚନା।

    ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ଦେ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ ସଂଗଠକ ଥିଲେ। ଉଚ୍ଚ ଶିକ୍ଷା ଓ ନଗର ଉନ୍ନୟନ ମନ୍ତ୍ରୀ ଭାବରେ ସେ ରାଜ୍ୟର ବିକାଶରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କର ମିଷ୍ଟଭାଷୀ ବ୍ୟକ୍ତିତ୍ଵ ପାଇଁ ସେ ସବୁ ବର୍ଗର ଲୋକଙ୍କର ପ୍ରିୟପାତ୍ର ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

    କଟକ ସହର ସହିତ ସାରା ଓଡ଼ିଶାରେ ଭାରତୀୟ ଜନତା ପାର୍ଟିର ସଂଗଠନକୁ ସୁଦୃଢ କରିବାରେ ତାଙ୍କର ଗୁରୁତ୍ଵପୂର୍ଣ୍ଣ ଭୂମିକା ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କର ଶେଷ କୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଅନୁଷ୍ଠିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ପରିବାର ବର୍ଗଙ୍କ ପ୍ରତି ସମ ବେଦନା ପ୍ରକାଶ କରିଛନ୍ତି।  ନିକଟରେ ବାଲିଯାତ୍ରା ପାଇଁ କଟକ ଯାଇଥିବା ବେଳେ, ମୁଖ୍ୟମନ୍ତ୍ରୀ ସମୀର ଦେ ଙ୍କୁ ଏକ ଘରୋଇ ହସ୍ପିଟାଲରେ ଭେଟିଥିଲେ। ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଶ୍ରୀ ସମୀର ଦେଙ୍କ ଅକାଳ ବିୟୋଗରେ ରାଜ୍ୟ ସଭାପତି ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

    ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଦୀର୍ଘ ସମୟ ଧରି ଲୋକଙ୍କ ସେବା ଓ ଉନ୍ନତି ଦିଗରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ବୋଲି କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ବିଧାୟିକା ସୋଫିଆ ଫିର୍ଦୋସ ମଧ୍ୟ ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ଦେହାନ୍ତରେ ଶୋକ ପ୍ରକାଶ  କରିଛନ୍ତି  ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.7 ° C
    19.7 °
    19.7 °
    79 %
    0.7kmh
    99 %
    Sat
    32 °
    Sun
    33 °
    Mon
    34 °
    Tue
    37 °
    Wed
    37 °

    ସମ୍ବନ୍ଧିତ