Monday, November 16, 2026
18.9 C
Odisha

    ଓଡ଼ିଆ ଅସ୍ମିତା କଥା ଉଠାଇ ନିଜ ଦଳକୁ ଟାର୍ଗେଟ୍ କଲେ ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନଗୋ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନଗୋ ବିସ୍ଫୋରକ ବୟାନ ଦେଇ ହଟଚମଟ ସୃଷ୍ଟି କରିଛନ୍ତି। ରାଜ୍ୟ କଂଗ୍ରେସର ଷ୍ଟଅରିଂ କମିଟିକୁ ନେଇ ପ୍ରଶ୍ନ ଉଠାଇ ପଞ୍ଚାନନ କାନୁନଗୋ କହିଛନ୍ତି, ଓଡ଼ିଆ ଅସ୍ମିତା କଥା କୁହାଯାଉଛି, ହେଲେ କମିଟି ଅଧ୍ୟକ୍ଷ ପାଇଁ ସାରା ରାଜ୍ୟରେ ଓଡ଼ିଶା କଂଗ୍ରେସକୁ ଓଡ଼ିଆ ନେତା ମିଳିଲେ ନାହିଁ। ଦୁର୍ଭାଗ୍ୟର କଥା ଜଣେ ଅଣ ଓଡ଼ିଆ ଲୋକ କମିଟିର ଅଧ୍ୟକ୍ଷ ହୋଇଛନ୍ତି। ଅତୀତରେ କେବେ ରାଜ୍ୟ କଂଗ୍ରେସର କୌଣସି କମିଟିରେ ପ୍ରଭାରୀ ଅଧ୍ୟକ୍ଷ ହେଇନଥିଲେ।ପ୍ରଭାରୀଙ୍କ ଅଧ୍ୟକ୍ଷତାରେ କାହିଁକି କମିଟି ଗଠନ ହେଲା ଓ ତାର କାମ କଣ ବୋଲି ସେ ପ୍ରଶ୍ନ କରିଛନ୍ତି। ଅପାରଗତା ଲୁଚେଇବା ପାଇଁ ପରାଜୟର ସମୀକ୍ଷା କରାଗଲାନି। ସମୀକ୍ଷା ହୋଇଥିଲେ ପରାଜୟ ପଛର କାରଣ କଣ ଜଣାପଡ଼ିଯାଇଥାନ୍ତା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    18.9 ° C
    18.9 °
    18.9 °
    75 %
    1.2kmh
    100 %
    Sun
    18 °
    Mon
    27 °
    Tue
    26 °
    Wed
    25 °
    Thu
    21 °

    ସମ୍ବନ୍ଧିତ