Friday, October 2, 2026
24.8 C
Odisha

    ନନ୍ଦନକାନନରେ ଶୋକର ଛାୟା: ଆଖି ବୁଜିଲା ବାଘୁଣୀ ‘ସାରା’

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଶୋକର ଛାୟା ଖେଳିଯାଇଛି। ଗୁରୁବାର ଭୋର ୪ଟା ୪୨ ସମୟରେ ପ୍ରାଣୀ ଉଦ୍ୟାନରେ ଥିବା ବାଘୁଣୀ ‘ସାରା’ର ମୃତ୍ୟୁ ଘଟିଛି। ୨୦୦୯ ମସିହାରେ ପ୍ରାଣୀ ଉଦ୍ୟାନକୁ ଆସିଥିବା ବାଘୁଣୀ ‘ସାରା’ ଆଖି ବୁଜିଛି। ମୃତ୍ୟୁ ବେଳକୁ ‘ସାରା’କୁ  ୧୮ ବର୍ଷ ଏକମାସ ବୟସ ହୋଇଥିବା ପ୍ରାଣୀ ଉଦ୍ୟାନ ପକ୍ଷରୁ କୁହାଯାଇଛି।

    ‘ସାରା’ ବାର୍ଦ୍ଧକ୍ୟଜନିତ ରୋଗରେ ଆକ୍ରାନ୍ତ ହୋଇଥିବା କୁହାଯାଉଛି। କିଛିଦିନ ହେବ ‘ସାରା’ ଠିକ୍ ଭାବେ ଖାଦ୍ୟ ଖାଉ ନ ଥିଲା। ପ୍ରାଣୀ ଉଦ୍ୟାନ ଚିକିତ୍ସକଙ୍କ ଦ୍ୱାରା ‘ସାରା’ର ଚିକିତ୍ସା କରାଯାଉଥିଲା ।

    ପ୍ରାଣୀ ଅଦଳବଦଳ ପ୍ରକ୍ରିୟାରେ ଭୋପାଳ ଚିଡିଆଖାନାରୁ ୨୦୦୯ରେ ବାଘୁଣୀ ‘ସାରା’ନନ୍ଦନକାନନ ଆସିଥିଲା । ପ୍ରତି ବଦଳରେ ନନ୍ଦନକାନନରୁ ଗୋଟିଏ ଧଳାବାଘ ଦିଆଯାଇଥିଲା । ‘ସାରା’ର ମୃତ୍ୟୁ ପରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବାଘ ସଂଖ୍ୟା ୨୬କୁ ଖସି ଆସିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    85 %
    1.3kmh
    97 %
    Fri
    24 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ