Sunday, October 11, 2026
22.8 C
Odisha

    ୯ରେ ଘନ କୁହୁଡି; ୧୧, ୧୨ରେ ବର୍ଷା!

    ଆଗକୁ ପଢନ୍ତୁ

    ଶୀତରେ ପୁଣି ଫେରୁଛି ବର୍ଷା! ଆସନ୍ତା ୧୧ ଓ ୧୨ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କିଛି ଜିଲ୍ଲାରେ ଘନକୁହୁଡି ମଧ୍ୟ ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୧୧ ତାରିଖରେ ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ସେହିପରି ୧୨ ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼ ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ସକାଳେ କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ୧୦ ତାରିଖ ମଧ୍ୟ କେତେକ ଜିଲ୍ଲାରେ ଘନ କୁହୁଡ଼ି ଦେଖାଦେଇପାରେ। ଏଥିସହିତ ଆଗାମୀ ଦୁଇ ରାତିର ତାପମାତ୍ର ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ୩ ଦିନ ପରେ ତାପମାତ୍ର ପୁଣି ବଢ଼ିବାର ଆଶଙ୍କା ରହିଛି। ଗତ ୨୪ ଘଣ୍ଟା ଭିତରେ କେବଳ ଗଜପତି ଜିଲ୍ଲାରେ କିଛି ଅଞ୍ଚଳରେ ସାମାନ୍ୟ ବର୍ଷା ହୋଇଥିଲେ। ତେବେ ରାଜ୍ୟର ବାକି ଜିଲ୍ଲାରେ ପାଗ ସାଧାରଣତଃ ଶୁଖିଲା ରହିଥିଲା। କଟକ ଓ ନୟାଗଡ଼ରେ ଘନ କୁହୁଡି ଅନୁଭୂତ ହୋଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.8 ° C
    22.8 °
    22.8 °
    82 %
    0.9kmh
    0 %
    Sat
    22 °
    Sun
    30 °
    Mon
    29 °
    Tue
    30 °
    Wed
    30 °

    ସମ୍ବନ୍ଧିତ