Friday, January 16, 2026
19.4 C
Odisha

    ସଡ଼କ କିସମ ଜାଗାକୁ ଘରବାଡ଼ିରେ ବଦଳାଇ ‘ଶଙ୍ଖ ଭବନ’ ନିର୍ମାଣ ଅଭିଯୋଗର ତଦନ୍ତ ହେବ: ରାଜସ୍ୱ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ପୁରୀ: ବିଜେଡିର ପାର୍ଟି ଅଫିସ୍ ‘ଶଙ୍ଖ ଭବନ’ର ହେବ ତଦନ୍ତ। ଏଭଳି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନେଇ ପ୍ରତିଶ୍ରୁତି ଦେଇଛନ୍ତି ମନ୍ତ୍ରୀ। ଅଭିଯୋଗ ଅନୁସାରେ, ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରି ନିର୍ମାଣ ହୋଇଛି ଶଙ୍ଖ ଭଵନ। ରାଜଧାନୀ ଛାତି ଉପରେ ବେଆଇନ ଭାବେ ନିର୍ମାଣ ହୋଇଛି ବିଜେଡିର ପାର୍ଟି ଅଫିସ। କିସମ ‘ସଡ଼କ’କୁ ଘରବାଡ଼ି କିସମରେ ବଦଳାଇ ତାହା ଉପରେ ତୋଳା ହୋଇଛି ବିଶାଳ ଶଙ୍ଖ ଭବନ। ଖାଲି ସେତିକି ନୁହେଁ, ସବୁ ନିୟମ କାନୁନକୁ ମୋଡ଼ି ମକଚି ଏହି ଜାଗାକୁ ସରକାରଙ୍କଠାରୁ ଶାଗମାଛ ଦରରେ କିଣି ନେଇଥିବା ଅଭିଯୋଗ ହୋଇଛି।

    ୪ଟି ପ୍ଲଟକୁ ମିଶାଇ ୧ ଏକର ୧୮୩ ଡିସିମିଲି ଜାଗା ଉପରେ ନିର୍ମାଣ ହୋଇଛି ଶଙ୍ଖ ଭବନ। ସେଗୁଡ଼ିକ ହେଉଛି ଗଙ୍ଗନଗର ମୌଜାର ପ୍ଲଟ୍ ନଂ ୭୯୭, ପ୍ଲଟ୍ ନଂ ୮୦୦, ପ୍ଲଟ୍ ନଂ ୭୯୭/୮୪୯ ଏବଂ ପ୍ଲଟ୍ ନଂ ୭୯୮। ପ୍ରଥମ ତିନୋଟି ପ୍ଲଟର କିସମ ଘରବାଡ଼ି ଥିଲା, ଆଉ ଚତୁର୍ଥ ପ୍ଲଟ୍ ଅର୍ଥାତ୍ ୭୯୮ଜାଗାର କିସମ ହେଉଛି ରୋଡ୍ ବା ସଡ଼କ। ଏହି ଜାଗାକୁ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ଆବେଦନକାରୀ ବିଜେଡିକୁ ଲିଜ୍ ସୂତ୍ରରେ ଦେଇଛନ୍ତି। ଏହାର କିସମ ପରିବର୍ତ୍ତନ ହୋଇପାରିବ ନାହିଁ ବୋଲି ଲିଜ୍ ଡିଲରେ ସ୍ପଷ୍ଟ ଭାବରେ ଉଲ୍ଲେଖ କରାଯାଇଛି। ଯାହାର ଲେଟର ମଧ୍ୟ ସାମ୍ନାକୁ ଆସିଛି, ମାତ୍ର ଏହି ପ୍ଲଟକୁ ଅନ୍ୟ ତିନୋଟି ଘରବାଡ଼ି ପ୍ଲଟ୍ ସହ ମିଶାଇ ଶଙ୍ଖ ଭବନ ନିର୍ମାଣ କରାଯାଇଛି। ତାହା ପୁଣି ସରକାରଙ୍କ ଅନୁମୋଦନରେ। ଅର୍ଥାତ୍ ଏକ ପ୍ରାଇଭେଟ୍ ପାର୍ଟି ବା ବିଜେଡି ଦଳକୁ ସାଧାରଣ ଜନତାଙ୍କ ବ୍ୟବହାର ପାଇଁ ଉଦ୍ଦିଷ୍ଟ ସଡ଼କ ଉପରେ ଘର ନିର୍ମାଣ ପାଇଁ ଅନୁମତି ଦିଆଯାଇଛି। ଏଭଳି ଦୁର୍ନୀତିର ତଦନ୍ତ ପାଇଁ ଏବେ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.4 ° C
    19.4 °
    19.4 °
    30 %
    0.8kmh
    3 %
    Fri
    28 °
    Sat
    29 °
    Sun
    30 °
    Mon
    31 °
    Tue
    32 °

    ସମ୍ବନ୍ଧିତ