ବିଦେଶ ଫେରନ୍ତା ନ ହୋଇ ବି ଓମ୍ରିକନରେ ଆକ୍ରାନ୍ତ

ବିଦେଶ ଫେରନ୍ତା ନ ହୋଇ ବି ଓମ୍ରିକନରେ ଆକ୍ରାନ୍ତ

୫ ନୂଆ ଓମ୍ରିକନ ଆକ୍ରାନ୍ତଙ୍କ ସଂପର୍କରେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ପ୍ରଦାନ କରି କହିଛନ୍ତି ୫ ନୂଆ ଓମ୍ରିକନ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ବିଦେଶ ଫେରନ୍ତା । କତାର, କଙ୍ଗୋ, ୟୁଏଇ ଆଦି ଦେଶରୁ ଫେରିଛନ୍ତି ସଂପୃକ୍ତ ବ୍ୟକ୍ତି । ସଂକ୍ରମିତ ପଂଚମ ବ୍ୟକ୍ତି କୌଣସି ବିଦେଶ ଗସ୍ତ କରିନାହାନ୍ତି । ତେବେ ସେ ରାୟପୁର ଓ ହାଇଦ୍ରାବାଦ ଗସ୍ତ କରିଥିବା ଜଣାପଡିଛି ।

ସମସ୍ତ ୫ ଜଣଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଇଛି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି । ସେଥିରୁ ଜଣକର ପଜିଟିଭ ମିଳିଛି । ଜିନମ ସିକ୍ୟୁଏନସିଂ ପାଇଁ ଯାଇଛି । ଆକ୍ରାନ୍ତ ସମସ୍ତ ୫ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ।

ରାଜ୍ୟରେ ଆଉ ୫ ଓମ୍ରିକନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରିଛି ଆଇଏଲଏସ । ଏହାକୁ ମିଶାଇ ରାଜ୍ୟରେ ମୋଟ ଓମ୍ରିକନ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି ।

ସୂଚନାଯୋଗ୍ୟ , ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୨ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୨ ଜଣ, କଟକରୁ ୧୧ ଜଣ, ଢେଙ୍କାନାଳରୁ ୧ ଜଣ, ଦେବଗଡ଼ରୁ ୫ ଜଣ, ଗଞ୍ଜାମରୁ ୧ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୬ ଜଣ, ଖୋର୍ଦ୍ଧାରୁ ୮୭ ଜଣ, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୨ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୨୩ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୪ ହଜାର ୬୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୪ ହଜାର ୪୪୩ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୬୫୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।