Sunday, October 4, 2026
30.6 C
Odisha

    ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ୧୬ଟି ବିଭାଗରେ ପ୍ରଦାନ କରାଗଲା ୭୫୧୯ ଟି ପୁରସ୍କାର

    ଆଗକୁ ପଢନ୍ତୁ

    ରାଜ୍ୟରେ ଆରମ୍ଭ ହୋଇଛି ଶିକ୍ଷାର ଉତ୍ସବ । ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ, ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ 5T ଉପକ୍ରମରେ ଆରମ୍ଭ ହୋଇଛି ଅଭିନବ ପ୍ରୟାସ । ଜିଲ୍ଲା, ବ୍ଲକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ପୁରାତନ ଛାତ୍ର କମିଟି, ଗ୍ରାମ ପଞ୍ଚାୟତ, ଶିକ୍ଷା ଅଧିକାରୀ, ଜିଲ୍ଲା, ବ୍ଲକ ସମସ୍ତଙ୍କ ଅବଦାନ ପାଇଁ ମିଳିଛି “ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର” । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ପ୍ରଦାନ କରିଛନ୍ତି। ବ୍ୟକ୍ତିଗତ ଓ ଆନୁଷ୍ଠାନିକ ଦୁଇଟି ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଛି। ସମୁଦାୟ ୧୬ଟି ବିଭାଗରେ ୭୫୧୯ ଟି ପୁରସ୍କାର ପ୍ରଦାନ କରାଯାଇଛି। ସମୁଦାୟ ୧୩୮ କୋଟି ଟଙ୍କାର ପୁରସ୍କାର ପ୍ରଦାନ କରାଯାଇଛି। ବ୍ୟକ୍ତିଗତ ପୁରସ୍କାର (ମାଧ୍ୟମିକ) ବର୍ଗରେ ମାଟ୍ରିକ ପରୀକ୍ଷାରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୨୦୨୭ ଜଣ ମେଧାବୀ ଛାତ୍ରଛାତ୍ରୀ, ୭୦୦ ଶିକ୍ଷକ ଶିକ୍ଷୟତ୍ରୀ, ୪୧୯ ଜଣ ପ୍ରଧାନ ଶିକ୍ଷକ, ୫୮ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ୧୦ ଜଣ ଗୋଷ୍ଠୀ ଶିକ୍ଷା ଅଧିକାରୀ, ୩ ଜଣ ଜିଲ୍ଲା ଶିକ୍ଷା ଅଧିକାରୀ ପୁରସ୍କାର ପାଇଛନ୍ତି। ସେହିପରି ବ୍ୟକ୍ତିଗତ ପୁରସ୍କାର (ପ୍ରାଥମିକ) ବର୍ଗରେ ୩୫୦ ଜଣ ପ୍ରଧାନ ଶିକ୍ଷକ ଓ ୩୧୯ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପୁରସ୍କାର ପାଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.6 ° C
    30.6 °
    30.6 °
    51 %
    2.9kmh
    3 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ