Thursday, June 20, 2024
34.7 C
Odisha

    ତୃତୀୟ ବିବାହ କଲେ କ୍ରିକେଟର ଶୋଏବ୍ ମଲିକ୍

    ଆଗକୁ ପଢନ୍ତୁ

    ପାକିସ୍ତାନ କ୍ରିକେଟ ଟିମର ପୂର୍ବତନ କ୍ୟାପ୍ଟେନ୍ ତଥା ଟେନିସ୍ ସେନ୍ସେସନ୍ ସାନିଆ ମିର୍ଜାଙ୍କ ସ୍ୱାମୀ ଶୋଏବ୍ ମଲିକ୍ ତୃତୀୟ ବିବାହ କରିଥିବା ଜଣାପଡିଛି । ଏହି ବିବାହ ଏଭଳି ସମୟରେ ହୋଇଛି ଯେତେବେଳେ ସାନିଆଙ୍କ ସହ ତାଙ୍କର ଛାଡପତ୍ର ଖବର ଚର୍ଚ୍ଚାରେ ରହିଛି । ଦ୍ୱିତୀୟ ବିବାହ କରି ଶୋଏବ୍ ପାକିସ୍ତାନୀ ଅଭିନେତ୍ରୀ ସନା ଜାବେଦଙ୍କୁ ନିଜ ଜୀବନ ସାଥୀ କରିଛନ୍ତି  । ବୁଧବାର ସାନିଆ ସୋସିଆଲ ମିଡିଆରେ ଏଭଳି ଏକ ପୋଷ୍ଟ କରିଥିଲେ ଯାହାକୁ ନେଇ ଶୋଏବଙ୍କ ସହ ତାଙ୍କର ଛାଡପତ୍ର ଖବର ଜୋର ଧରିଥିଲା । ସାନିଆ ପୋଷ୍ଟରେ ଲେଖିଥିଲେ ଯେ, ‘ବିବାହ କଷ୍ଟକର, ତଲାକ୍ (ଛାଡପତ୍ର) ବି କଷ୍ଟକର । ….. ଜୀବନ କେବେବି ସହଜ ନୁହେଁ । ଏହା ସବୁବେଳେ କଷ୍ଟକର ରହିବ । କିନ୍ତୁ ଆମକୁ ସବୁବେଳେ ଚେଷ୍ଟା କରି ବଞ୍ଚିବାକୁ ହବ । ତେଣୁ ବୁଦ୍ଧିମାନ ହୋଇ ଜୀବନରେ ସଠିକକୁ ବାଛନ୍ତୁ’ । ଶୋଏବ୍ ପ୍ରଥମେ ୨୦୦୨ରେ ଆୟେଶା ସିଦ୍ଦିକିଙ୍କୁ ବିବାହ କରିଥିଲେ । ତାଙ୍କୁ ଛାଡପତ୍ର ଦେବା ପରେ ୨୦୧୦ରେ ସାନିଆ ମିର୍ଜାଙ୍କୁ ବିବାହ କରିଥିଲେ । ଏବେ ତାଙ୍କ ସହ ଛାଡପତ୍ର ଖବର ନିଶ୍ଚିତ ହେବା ପୂର୍ବରୁ ପାକିସ୍ତାନୀ ଅଭିନେତ୍ରୀ ସନା ଜାବେଦଙ୍କୁ ତୃତୀୟ ବିବାହ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    34.7 ° C
    34.7 °
    34.7 °
    45 %
    2.3kmh
    99 %
    Thu
    34 °
    Fri
    35 °
    Sat
    36 °
    Sun
    36 °
    Mon
    38 °

    ସମ୍ବନ୍ଧିତ