Monday, September 28, 2026
23.1 C
Odisha

    ଆଗାମୀ ୭ ଦିନ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଓ ତାର ପାଶ୍ୱବର୍ତ୍ତୀ ଅଂଚଳରେ ଲଘୁଚାପ ସୃଷ୍ଟି ହୋଇଛି। ହେଲେ ଏହାର ପ୍ରଭାବ ଅଧିକ ରହିବ ନାହିଁ। କାଁଭାଁ ସ୍ଥାନରେ ବର୍ଷା ରହିବ। ଆଗାମୀ ୭ ଦିନ ଯାଏ ରାଜ୍ୟରେ ହାଲୁକରୁ ମଧ୍ୟମଧରଣର ବର୍ଷା କାଁଭାଁ ସ୍ଥାନରେ ରହିବ। ଆସନ୍ତା ୨୪ ଘଣ୍ଟା ମୁଖ୍ୟତଃ ପାଗ ଶୁଖିଲା ସହ କାଁଭାଁ ସ୍ଥାନରେ ବର୍ଷା ରହିବ। ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, ମୟୂରଭଂଜ ଓ କେନ୍ଦୁଝରରେ ହାଲୁକରୁ ମଧ୍ୟମଧରଣର ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏହାସହ ମୌସୁମୀ ଅପସାରଣ ବିଳମ୍ବ ହେଉଥିବାରୁ ଆଦ୍ରତାର ପରିମାଣ ବଢ଼ିବାରେ ଲାଗିଛି। ଫଳରେ ପ୍ରବଳ ଗରମ ସହ ଗୁଳୁଗୁଳି ହେଉଛି। ସମ୍ପୂର୍ଣ ମୌସୁମୀ ପ୍ରତ୍ୟାବର୍ତନ ପରେ ହିଁ ରାଜ୍ୟରେ ଗୁଳୁଗୁଳି କମିବା ବୋଲି ବିଭାଗ ଆକଳନ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.1 ° C
    23.1 °
    23.1 °
    91 %
    0.9kmh
    9 %
    Mon
    29 °
    Tue
    30 °
    Wed
    30 °
    Thu
    29 °
    Fri
    29 °

    ସମ୍ବନ୍ଧିତ