Wednesday, April 1, 2026
30.8 C
Odisha

    କଚ୍ଛପ ଗତିରେ ଚାଲୁଥିବା ପ୍ରକଳ୍ପକୁ ନୂଆ ଗତି ମିଳିଛି: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ବାରିପଦା: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ମୟୂରଭଞ୍ଜ ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି,ଆମ ସମସ୍ତଙ୍କ ପାଇଁ ଆଜି ଏକ ପରମ ସୌଭାଗ୍ୟର ଦିନ, ଗୌରବର ଦିନ। ଆମ ମାଟିର ଝିଅ ଆଜି ଦେଶର ରାଷ୍ଟ୍ରପତି। ଦେଶର ପ୍ରଥମ ନାଗରିକ। ଏଥିପାଇଁ ପ୍ରତ୍ୟେକ ଆଦିବାସୀ, ପ୍ରତ୍ୟେକ ମହିଳା ଓ ପ୍ରତ୍ୟେକ ଓଡ଼ିଆ ଗର୍ବିତ। ଆଜି ତାଙ୍କରି କରକମଳରେ ମୟୂରଭଞ୍ଜ ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଗଲା। ଏହି ପ୍ରକଳ୍ପ ଗୁଡ଼ିକ ହେଉଛି- ବାଦାମପାହାଡ- କେନ୍ଦୁଝରଗଡ, ବାଙ୍ଗିରିପୋଷି-ଗୋରୁମହିଷାଣି ଏବଂ ବୁଡାମରା-ନୂଆ ଜାମସୋଳା ରେଳ ଲାଇନ।

    ଏହି ୩ଟି ରେଳ ଲାଇନ ସମୁଦାୟ ୧୮୪ କିଲୋମିଟରରୁ ଅଧିକ ଦୀର୍ଘ ହେବ ଏବଂ ଏଥିପାଇଁ ୪ ହଜାର ୫୦୦ କୋଟିରୁ ଅଧିକ ଟଙ୍କା ବିନିଯୋଗ ହେବ।
    ଏହି ୩ଟି ପ୍ରକଳ୍ପ ମାଧ୍ୟମରେ ମୟୂରଭଞ୍ଜ ଓ କେନ୍ଦୁଝର ପରି ଆଦିବାସୀ ଅଞ୍ଚଳ ଓ ଖଣି ଅଧ୍ୟୁଷିତ ଅଞ୍ଜଳରେ ବିକାଶର ନୂଆ ସ୍ରୋତ ଆସିବ। ରେଳ ଯୋଗାଯୋଗ ଏହି ଦୁଇଟି ଜିଲ୍ଲାର ଅର୍ଥନୀତିର ଉନ୍ନତି ପାଇଁ ଅନେକ ସୁଯୋଗ ସୃଷ୍ଟି କରିବ। ସ୍ଥାନୀୟ ଲୋକମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ରେଳ ପରିବହନ ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ବ୍ୟବସାୟ, ବାଣିଜ୍ୟରେ ମଧ୍ୟ ଅଭିବୃଦ୍ଧି ଘଟିବ।
    ଏହାର ପ୍ରମାଣ ସ୍ୱରୂପ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥକୁ ନେଇ ପାରିବେ, ଯାହା ବର୍ଷ ବର୍ଷ ଧରି କେବଳ କାଗଜ କଲମରେ ଚାଳୁଥିଲା। କିନ୍ତୁ ଆଜି ୩୦୧ କିଲୋମିଟରରୁ ୧୮୩ କିଲୋମିଟର ନିର୍ମାଣ ସରି ରେଳ ଚଳାଚଳ ଆରମ୍ଭ ହୋଇଗଲାଣି। ବାକି କାମ ଖୁବ ଶୀଘ୍ର ସମାପ୍ତ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.8 ° C
    30.8 °
    30.8 °
    34 %
    3.3kmh
    2 %
    Wed
    33 °
    Thu
    40 °
    Fri
    41 °
    Sat
    37 °
    Sun
    38 °

    ସମ୍ବନ୍ଧିତ