Friday, March 20, 2026
29.1 C
Odisha

    କୋଭିଡ ଯୁଦ୍ଧରେ ସୋଆର ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା : ୫ -ଟି ଅଧ୍ୟକ୍ଷ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଓଡ଼ିଶାରେ କୋଭିଡ ଯୁଦ୍ଧର ମୁକାବିଲା କରିବା କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା ଯାହା ଦ୍ୱାରା କି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଅନେକ ହ୍ରାସ ପାଇଥିଲା ବୋଲି କହିଛନ୍ତି ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି. କେ. ପାଣ୍ଡିଆନ୍ ।
    ମୁଁ ସୋଆକୁ ପ୍ରଥମ ଥର ପାଇଁ ଆସିଥିଲି ଯେତେବେଳେ ସମୟ ଅତ୍ୟନ୍ତ ଜଟିଳ ଥିଲା । କୋଭିଡ-୧୯ ମହାମାରୀର ବିଭୀଷିକା ଆରମ୍ଭ ହୋଇସାରିଥିଲା । କରୋନାର ମୁକାବିଲା କରିବା କ୍ଷେତ୍ରରେ ଏହି ବିଶ୍ୱବିଦ୍ୟାଳୟ କିଭଳି ରାଜ୍ୟ ସରକାରଙ୍କୁ ସାହାଯ୍ୟ କରିପାରିବ ସେ ସମ୍ପର୍କରେ ଆଲୋଚନା କରିବାକୁ ମୁଁ ଆସିଥିଲି । ତେବେ ଏଠାରେ ଥିବା ଭିତିଭୂମିକୁ ପରଖିବା ସହ ଡାକ୍ତରମାନଙ୍କ ସହ ଆଲୋଚନା କରିବା ପରେ ଏହି ଯୁଦ୍ଧରେ ବିଜୟୀ ହେବା ସମ୍ଭବ ଏହି ଆତ୍ମବିଶ୍ୱାସ ନେଇ ସୋଆ କ୍ୟାମ୍ପସରୁ ବିଦାୟ ନେଇଥିଲି ବୋଲି ଶ୍ରୀ ପାଣ୍ଡିଆନ୍ କହିଛନ୍ତି ।
    ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ସୋଆ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଆୟୋଜିତ ଦୁଇ ଦିନିଆ ବିମର୍ଶ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧନା ପର୍ବ ରଖାଯାଇଥିଲା । ସୋମବାର ସୋଆରେ ବିଶିଷ୍ଟ ଓଡ଼ିଆ ଔପନ୍ୟାସିକ ଶ୍ରୀ ବିଭୁତି ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରିବା ନିମନ୍ତେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଶ୍ରୀ ପାଣ୍ଡିଆନ୍ ଏହା କହିଥିଲେ ।
    ଶ୍ରୀ ପାଣ୍ଡିଆନ୍ କହିଥିଲେ ଯେ ରାଜ୍ୟ ସରକାରଙ୍କ ସହିତ ହାତ ମିଳାଇ ମହାମାରୀ ସହ ଲଢ଼ିବାରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲର ଭୂମିକା ସମ୍ପର୍କରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏବଂ ହସ୍ପିଟାଲ୍‌ର ଡାକ୍ତରମାନଙ୍କ ସହ ସେ ଆଲୋଚନା କରିଥିଲେ ।
    ସେମାନେ ସମସ୍ତ ପ୍ରକାର ସାହାଯ୍ୟ କରିବା ନିମନ୍ତେ ପ୍ରତିଶୃତି ଦେବା ସହ ଏହି ପରିସ୍ଥିତିର ମୁକାବିଲା କରିବା ପାଇଁ ସବୁ ପ୍ରକାର ସମ୍ଭବପର ପଦକ୍ଷେପ ନେବେ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଆଶ୍ୱସ୍ତ କରାଇବା ନିମନ୍ତେ ମୋତେ କହିଥିଲେ ବୋଲି ସେ କହିଥିଲେ ।
    ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଉତ୍କୃଷ୍ଟ ଦଳଗତ କାର୍ଯ୍ୟ ଯୋଗୁଁ ଓଡ଼ିଶାରେ କୋଭିଡର ମୃତ୍ୟୁ ହାର କମ୍ ରହିଥିଲା ବୋଲି ଶ୍ରୀ ପାଣ୍ଡିଆନ୍ କହିଥିଲେ । ସୋଆ ପକ୍ଷରୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ୫ଟି କୋଭିଡ ହସ୍ପିଟାଲ୍ ଆରମ୍ଭ କରାଯାଇ ରୋଗୀ ସେବା ପ୍ରଦାନ କରାଯାଇଥିଲା । ସମ୍ କୋଭିଡ ହସ୍ପିଟାଲ୍‌ରେ ଚିକିତ୍ସିତ ହେଲେ ନିଶ୍ଚିତ ଭାବେ ସୁସ୍ଥ ହୋଇ ଘରକୁ ଫେରିବେ ବୋଲି ପୀଡ଼ିତ ଲୋକଙ୍କ ମନରେ ଏକ ଭରସା ସୃଷ୍ଟି ହୋଇଥିଲା ବୋଲି ସେ ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ପ୍ରଶଂସା କରି କହିଥିଲେ । ଏହି ସମୟରେ ପ୍ରତ୍ୟେକ ଜୀବନକୁ ବଂଚାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କର ନିର୍ଦ୍ଦେଶ ଥିଲା । ରାଜ୍ୟ ସରକାର ମଧ୍ୟ କୋଭିଡ ପରିଚାଳନା ନିମନ୍ତେ ଏକ ସ୍ୱତନ୍ତ୍ର ବ୍ଲୁ ପ୍ରିଂଟ ପ୍ରସ୍ତୁତ କରିଥିଲେ ବୋଲି ସେ କହିଥିଲେ । ରୋଗୀମାନଙ୍କୁ ଉତମ ସେବା ପ୍ରଦାନ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ଦ୍ୱାରା ବିଦେଶରୁ ସିଧାସଳଖ କିଟ ଓ ଅନ୍ୟାନ୍ୟ ସରଞ୍ଜାମ ଆମଦାନୀ କରାଯାଇଥିଲା ଓ ଦଳଗତ କାର୍ଯ୍ୟ, ପ୍ରଯୁକ୍ତିବିଦ୍ୟା, କାର୍ଯ୍ୟରେ ସ୍ୱଚ୍ଛତା ଓ ସମୟାନୁବର୍ତୀତା ଉପରେ ଗୁରୁତ୍ୱାରୋପ କରାଯାଇଥିଲା ବୋଲି ସେ କହିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.1 ° C
    29.1 °
    29.1 °
    38 %
    0.9kmh
    89 %
    Fri
    33 °
    Sat
    33 °
    Sun
    33 °
    Mon
    34 °
    Tue
    37 °

    ସମ୍ବନ୍ଧିତ