Saturday, July 27, 2024
24.6 C
Odisha

    ମୋବାଇଲରେ କଥା ହେବାକୁ ବାରଣ କରିବାରୁ ବାପାମାଆଙ୍କୁ ଆକ୍ରମଣ କଲା ଝିଅ

    ଆଗକୁ ପଢନ୍ତୁ

    ସୋର:ମୋବାଇଲରେ କଥା ହେବାକୁ ବାରଣ କରିବାରୁ ବାପାମାଆଙ୍କୁ ପନିକିରେ ଆକ୍ରମଣ କଲା ବିବାହିତ ଝିଅ । ବାଲେଶ୍ବର ଜିଲ୍ଲା ସୋର ଥାନା ସରଶଙ୍ଖ ପଂଚାୟତ ହାତିଗଡ଼ିଆ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଝିଅର ଆକ୍ରମଣରେ ଗୁରୁତର ହୋଇ ବାପାମାଆ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ରଞ୍ଜିତ ସିଂଙ୍କ ଝିଅ କୁନି ସିଂ ବିବାହ ପରେ କୌଣସି କାରଣରୁ ୨ ବର୍ଷ ହେଲା ବାପଘରେ ରହୁଛନ୍ତି । ମୋବାଇଲରେ ଲଗାତାର କଥା ହେଉଥିବାରୁ ଝିଅ ଉପରେ ବିରକ୍ତି ପ୍ରକାଶ କରିଥିଲେ ମାଆ। ଏଥିରେ ଉତକ୍ଷିପ୍ତ ହୋଇ ପ୍ରଥମେ ମାଆଙ୍କୁ ପନିକିରେ ଆକ୍ରମଣ କରିଥିଲେ ଝିଅ କୁନି। ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ରଞ୍ଜିତ ମଧ୍ୟ ଝିଅ ଆକ୍ରୋଶର ଶିକାର ହୋଇଥିଲେ । ଝିଅର ଆକ୍ରମଣରେ ରଞ୍ଜିତଙ୍କ ପେଟ ଓ ହାତରେ ଗଭୀର ଆଘାତ ଲାଗିଛି । ସ୍ଥାନୀୟ ଲୋକ ଉଭୟଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରୁ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଝିଅକୁ ଅଟକ ରଖି ପୋଲିସ ତଦନ୍ତ କରୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ