Monday, September 21, 2026
24 C
Odisha

    ସରକାରୀ ଯୋଜନା କାର୍ଯ୍ୟକାରୀ ହେଲେ ଓଡ଼ିଶାରୁ ଗରିବୀ ହଟିବ: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଜି ଲୋକସେବା ଭବନରେ ଜିଲ୍ଲାପାଳ ସମ୍ମିଳନୀ ଅନୁଷ୍ଠିତ ହେଉଛି। ଏଥିରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଜିଲ୍ଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ। ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଲୋକଙ୍କ ସେବା କରିବାକୁ ଲକ୍ଷ୍ୟ ରଖିଛି। ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ। ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ବ।ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲ୍ଲାପାଳ। ସରକାରୀ ଯୋଜନା କାର୍ଯ୍ୟକାରୀ ହେଲେ ଓଡ଼ିଶାରୁ ଗରିବୀ ହଟିବ।ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳ।
    ଥାନା ଓ ଶିକ୍ଷାନୁଷ୍ଠାନକୁ ଯିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେଠାରେ କୌଣସି ତ୍ରୁଟିବିଚ୍ୟୁତି ଦେଖିଲେ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ।
    ଏହି ସମୟରେ ସେ ନିଜ ସହ ଘଟିଥିବା ଏକ ଘଟଣାର ଅବତାରଣା କରିବାକୁ ଭୁଲିନଥିଲେ। ସେ କହିଛନ୍ତି, ପୂର୍ବ ସରକାରରେ ଥାନା ଅଧିକାରୀଙ୍କ ବ୍ୟବହାର ଅତି କଠୋର ଥିଲା। ବିଧାୟକ ଭାବେ ଏକ ଅଭିଯୋଗ ନେଇ ଥାନାକୁ ଯାଇଥିଲି। ଆଇଆଇସି ଅଭିଯୋଗ ଶୁଣିବା ପୂର୍ବରୁ ଥାନାକୁ ଆସିବାର ଅଧିକାର ନାହିଁ କହିଥିଲେ। ଆମ ଥାନାକୁ କାହିଁକି ଆସିଛ କହି ଆଇଆଇସି ଗେଟ୍ ଆଉଟ୍‌ କହିଥିଲେ।ମୁଁ ବିରୋଧୀ ଦଳ ମୁଖ୍ୟ ସଚେତକ ଥିବା ସମୟରେ ମୋତେ ଗେଟଆଉଟ୍ କହିଥିବା ଆଇଆଇସିଙ୍କୁ ମୁଁ କ୍ଷମା ଦେଇଛି। କାରଣ ମୁଁ ଜାଣିଥିଲି ସେ କାହା ଚାପରେ ଆସି ଏଭଳି କହିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24 ° C
    24 °
    24 °
    94 %
    0.9kmh
    97 %
    Mon
    24 °
    Tue
    28 °
    Wed
    27 °
    Thu
    27 °
    Fri
    28 °

    ସମ୍ବନ୍ଧିତ