Sunday, August 23, 2026
27.5 C
Odisha

    ଓଡ଼ିଶାବାସୀଙ୍କ ସେବା କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଶାବାସୀଙ୍କ ସେବା କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ। ୨୦୪୭ ସୁଦ୍ଧା ଭାରତ ବିଶ୍ବଗୁରୁ ହେବ। ଭାରତକୁ ବିଶ୍ବଗୁରୁ କରିବା ପାଇଁ ଆମେ ସହାୟକ ହେବୁ। ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ ରାଜ୍ୟବାସୀଙ୍କୁ ଉଦବୋଧନ ଦେଇ ଏହା କହିଛନ୍ତି। ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଓଡ଼ିଆ ସ୍ବାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଭାରତର ସ୍ବାଧୀନତା ସଂଗ୍ରାମ ଦେଶର ଅନନ୍ୟ ଅଧ୍ୟାୟ ଏହା ଇଂରେଜମାନଙ୍କ ମୁଳଦୁଆ ଦୋହଲାଇ ଦେଇଥିଲା ବୋଲି ସେ କହିଛନ୍ତି। ଓଡ଼ିଶାବାସୀ ଖୁବ୍ ସ୍ବାଭିମାନୀ। ଏହାର ଇତିହାସ ସାକ୍ଷୀ। ଆମ ସରକାର ଓଡ଼ିଆ ଅସ୍ମିତା ରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଦେଶର ଅର୍ଥନୀତି ଦ୍ରୁତ ଗତିରେ ବଢ଼ିଛି। ଖୁବ୍‌ଶୀଘ୍ର ଦେଶର ଅର୍ଥନୀତି ୫ ଟ୍ରିଲିଅନରେ ପହଞ୍ଚିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.5 ° C
    27.5 °
    27.5 °
    84 %
    1.7kmh
    100 %
    Sun
    27 °
    Mon
    28 °
    Tue
    26 °
    Wed
    26 °
    Thu
    26 °

    ସମ୍ବନ୍ଧିତ