Wednesday, May 21, 2025
27.6 C
Odisha

    ହୀରାକୁଦ ଅଞ୍ଚଳରେ ବ୍ୟାପୁଛି ଡାଇରିଆ, ଜଣଙ୍କର ମୃତ୍ୟୁ

    ଆଗକୁ ପଢନ୍ତୁ

    ହୀରାକୁଦରେ ବ୍ୟାପୁଛି ଡାଇରିଆ । ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ସଦର ଏଡିଏମଓ । ଏହାସହ ଝାଡ଼ାବାନ୍ତିରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭ରେ ପହଂଚିଛି । ଏମାନଙ୍କୁ ହୀରାକୁଦ ଡାକ୍ତରଖାନାରେ ଭର୍ତି କରାଯାଇଛି । ଗୁରୁତର ଥିବା ୧୦ଜଣ ଆକ୍ରାନ୍ତଙ୍କୁ ବୁର୍ଲା ଭିମସାରରେ ଚିକିତ୍ସା କରାଯାଉଛି । ଦୂଷିତ ପାନୀୟ ଜଳ ଯୋଗାଣ କାରଣରୁ ଡାଇରିଆ ବ୍ୟାପିଥିବା ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଆଶଙ୍କା କରିଛି । ହୀରାକୁଦ ସହରର ଗୁରୁଦ୍ୱାରାପଡ଼ା, ଗୌଡ଼ପଡ଼ା,କାଲୋପଡ଼ା, ନ୍ୟୁ ମାର୍କେଟ କଲୋନି, ମାଛପଡ଼ାରେ ସଂକ୍ରମଣ ବଢ଼ିଚାଲିଛି । ଡାଇରିଆ ବ୍ୟାପୁଥିବା ନେଇ ଜିଲ୍ଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଦେଇଥିବା ରିପୋର୍ଟ ଅନୁସାରେ ଟ୍ରିଟମେଂଟ ପ୍ଲାଂଟରେ ପାଣିକୁ ବିଶୁଦ୍ଧ କରାଯାଉନାହିଁ । ଯାହା ଫଳରେ ସଂକ୍ରମଣ ବ୍ୟାପୁଛି । ୪ଟି ସ୍ଥାନରୁ ପାନୀୟ ଜଳ ନମୂନ ସଂଗ୍ରହ କରାଯାଇଛି । ଏବେ ଘର ଘର ବୁଲି ଯାଂଚ କରୁଛି ସ୍ୱାସ୍ଥ୍ୟ ବିଭାଗ । ସ୍ଥିତି ଉପରେ ନଜର ରଖିଛି ମୋବାଇଲ ହେଲଥ ୟୁନିଟ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    27.6 ° C
    27.6 °
    27.6 °
    73 %
    2.7kmh
    26 %
    Tue
    28 °
    Wed
    38 °
    Thu
    36 °
    Fri
    37 °
    Sat
    37 °

    ସମ୍ବନ୍ଧିତ