Tuesday, March 17, 2026
24.7 C
Odisha

    ସମ୍ଭାବ୍ୟ ବାତ୍ୟା ପାଇଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ପରିଣତ ହେବ ଓ ପରବର୍ତ୍ତି ସମୟରେ ଏହା ଏକ ଅବପାତରେ ପରିଣତ ହେବ, ଯାହାକି ବାତ୍ୟାର ରୂପ ନେଇପାରେ। ପରିସ୍ଥିତି ଉପରେ ରାଜ୍ୟ ସରକାର ତୀକ୍ଷଣ ନଜର ରଖିଛନ୍ତି। ଏନେଇ ସ୍ବତନ୍ତ୍ର ରିଲିଫ କମିସନର ଦେଓରଂଜନ କୁମାର ସିଂ ଆଜି ସନ୍ଧ୍ୟାରେ ସାମ୍ବାଦିକ ସମ୍ମିଳନୀରେ ଗୁରୁତ୍ବପୂର୍ଣ୍ଣ ସୂଚନା ପ୍ରଦାନ କରିଛନ୍ତି।
    ଏସ୍‌ଆରସି ଶ୍ରୀ ସିଂ କହିଛନ୍ତି ଓଡ଼ିଶା ଉପକୂଳରେ ବାତ୍ୟାର ସମ୍ଭାବନା ରହିଛି। ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ଯାଇଛନ୍ତି, ସେମାନେ ସ୍ଥଳଭାଗକୁ ଶୀଘ୍ର ଫେରି ଆସନ୍ତୁ। ଆସନ୍ତା ୨୬ ତାରିଖ ଯାଏଁ ସମୁଦ୍ର ଭିତର ଯାଆନ୍ତୁ ନାହିଁ। ବାତ୍ୟା ନେଇ ଜିଲ୍ଲାପାଳମାନଙ୍କୁ ସତର୍କ କରାଯାଇଛି। ଆସନ୍ତାକାଲି ଜିଲ୍ଲାପାଳମାନେ ବାତ୍ୟା ଆଶ୍ରୟସ୍ଥଳୀକୁ ଯାଇ ତଦାରଖ କରିବେ। ଦୁଇ ସପ୍ତାହ ସମୟ ଥିବା ଗର୍ଭବତୀ ମହିଳାମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଗର୍ଭବତୀ ମହିଳାଙ୍କୁ ହସ୍‌ପିଟାଲ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

    ଏସ୍‌ଆରସି କହଛନ୍ତି, ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ରୂପେ ପ୍ରସ୍ତୁତ ଅଛନ୍ତି। ସାଧାରଣ ଜନତା ଆଦୌ ଭୟଭୀତ ହେବାର ନାହିଁ। ଲୋକଙ୍କର ସୁରକ୍ଷା ପାଇଁ ପ୍ରଶାସନ ସତର୍କ ରହିଛି। ଜିରୋ କାଜୁଆଲଟି ପାଇଁ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଜନସାଧାରଣ ପ୍ରଶାସନକୁ ସହଯୋଗ କରନ୍ତୁ। ଆମେ ଭାରତ ସରକାରଙ୍କ ସହ ଯୋଗାଯୋଗରେ ଅଛୁ। ଆବଶ୍ୟକ ପଡ଼ିଲେ କେନ୍ଦ୍ର ସରକାରଙ୍କୁ ସହାୟତା ମାଗିବୁ।
    ଆସନ୍ତା ୨୩ ତାରିଖ ଠରୁ ବର୍ଷା ହେବ। ତଳିଆ ଅଞ୍ଚଳ ଲୋକଙ୍କୁ ବାତ୍ୟା ଆଶ୍ରୟ ସ୍ଥଳରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ତୃଣମୂଳସ୍ତରରୁ ରାଜ୍ୟ ସ୍ତର ପର୍ଯ୍ୟନ୍ତ ସରକାର ପ୍ରସ୍ତୁତ ଅଛନ୍ତି। ଆମ ପାଖରେ ସମୟ ଅଛି। ଆମେ ସତର୍କ ରହିଲେ ବିପଦ ଏଡେଇ ଦେଇପାରିବା। ଅଗ୍ନିଶମ, ଓଡ୍ରାଫ, ବିଦ୍ୟୁତ, ସ୍ବାସ୍ଥ୍ୟ ବିଭାଗ, ରାଜସ୍ବ ବିଭାଗର ଅଧିକାରୀ ଆସନ୍ତାକାଲି ସମୀକ୍ଷା ବୈଠକରେ ଯୋଗଦେବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    heavy intensity rain
    24.7 ° C
    24.7 °
    24.7 °
    54 %
    5.2kmh
    39 %
    Tue
    26 °
    Wed
    35 °
    Thu
    36 °
    Fri
    35 °
    Sat
    34 °

    ସମ୍ବନ୍ଧିତ