Wednesday, December 25, 2024
18.1 C
Odisha

    ପ୍ରଚଣ୍ଡ ତାତିକୁ ଦୃଷ୍ଟିରେ ରଖି ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟରେ ପ୍ରଚଣ୍ଡ ତାତିକୁ ଦୃଷ୍ଟିରେ ରଖି ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାପାଳଙ୍କ ପାଇଁ ନିର୍ଦ୍ଦେଶାନାମା ଜାରି କରିଛନ୍ତି ଏସଆରସି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲା ପାଇଁ ଜାରି ହୋଇଛି ନିର୍ଦ୍ଦେଶନାମା । ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଶ୍ରମିକଙ୍କୁ ଘରୁ ନବାହାରିକୁ ପରାମର୍ଶ ଦିଆଯାଇଛି । ଏହାସହ ଏହି ସମୟ ମଧ୍ୟରେ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି । ସେହିପରି ହାଲୁକା, ଧଳା ଓ ସୂତା ବସ୍ତ୍ର ପରିଧାନ କରିବାକୁ କୁହାଯାଇଛି । ବାହାରକୁ ବାହାରିବା ସମୟରେ ମୁଣ୍ଡକୁ ଘୋଡ଼ାଇ ରଖିବା, ଓଦା କପଡ଼ା, ଛତା ଓ ଟୋପି ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ଏଥିସହ ପ୍ରଚୁର ପାଣି, ଓଆରଏସ, ଲସି, ତୋରାଣି, ଆଖୁରସ, ଲେମ୍ବୁ ପାଣି ପିଇବାକୁ ପରାମର୍ଶ ଦିଆଯାଇଛି ।ବିଶେଷକରି ଗର୍ଭବତୀ ଓ ମେଡିକାଲରେ କାର୍ଯ୍ୟରତ କର୍ମଚାରୀଙ୍କ ପ୍ରତି ଅଧିକ ଗୁରୁତ୍ୱ ଦେବାକୁ କୁହାଯାଇଛି । ଅନ୍ୟପଟେ ପାଣିପାଗ ବିଭାଗର ସୂଚନା ମୁତାବକ, ଦୁଇ ଦିନ ତଳୁ ଓଡ଼ିଶା ଛୁଇଁଛି ମୌସୁମୀ । ହେଲେ ପାଗ ଅନୁକୁଳ ନଥିବାରୁ ରାଜ୍ୟରେ ସକ୍ରିୟ ହୋଇପାରୁନି ମୌସୁମୀ ବାୟୁ । ଫଳରେ ରାଜ୍ୟରେ ଏପର୍ଯ୍ୟନ୍ତ ଅଗ୍ରସର ହୋଇପାରୁନାହିଁ ମୌସୁମୀ ବାୟୁ । ଏପରିକି ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଅଗ୍ରସର ହୋଇନପାରେ ମୌସୁମୀ । ବର୍ତ୍ତମାନ ଉତ୍ତର ପଶ୍ଚିମ ଦିଗରୁ ପବନ ପ୍ରବେଶ କରୁଛି । ଯାହାର ପ୍ରଭାବରେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଅନୁଭୁତ ହେଉଛି । ଆଗାମୀ ୫ ଦିନ ଯାଏଁ ଉତ୍ତର ଓ ଉପକୂଳ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିବ । ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    18.1 ° C
    18.1 °
    18.1 °
    97 %
    1.6kmh
    94 %
    Wed
    18 °
    Thu
    26 °
    Fri
    28 °
    Sat
    30 °
    Sun
    29 °

    ସମ୍ବନ୍ଧିତ