Monday, September 28, 2026
23.1 C
Odisha

    ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ଉତ୍ସବ, ଜାଣନ୍ତୁ କ’ଣ ରହିଛି କାର୍ଯ୍ୟସୂଚୀ

    ଆଗକୁ ପଢନ୍ତୁ

    ପୁରୀ: ଝଟକିଲାଣି ବଡ଼ଦାଣ୍ଡ । ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଓ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ । ଆଜିଠୁ ଆରମ୍ଭ ହେଉଛି ଯଜ୍ଞ ପ୍ରକ୍ରିୟା । ଲୋକାର୍ପଣ ଉତ୍ସବ ପାଇଁ ଆଜି ଅଙ୍କୁରାରୋପଣ ହୋଇଛି। ଗଜପତି ମହାରାଜା ଯଜ୍ଞ ପାଇଁ ଆଚାର୍ଯ୍ୟ ବରଣ କରିଛନ୍ତି । ସୂଚନା ଅନୁଯାୟୀ, ୧୩ ତାରିଖ ଦିନ ୧୧ଟାରୁ ରାତି ୮ଟା ପର୍ଯ୍ୟନ୍ତ ଅଙ୍କୁରପୂଜନ ହେବ। ୧୪ ତାରିଖ ଦିନ ୧୦ଟାରୁ ରାତି ୮ଟା ମଧ୍ୟରେ ଅଙ୍କୁରପୂଜନ, ଯଜ୍ଞ ଅଧିବାସ, ମଣ୍ଡଳସ୍ଥାପନ, ଧ୍ବଜା ସ୍ଥାପନ, ତୋରଣ ସ୍ଥାପନ କରାଯିବ। ୧୫ ତାରିଖରେ ଅଖଣ୍ଡ ଦୀପ ସ୍ଥାପନ, ପଞ୍ଚକର୍ମ, ଆଚାର୍ଯ୍ୟଙ୍କ ଦ୍ବାରା ବ୍ରାହ୍ମଣ ବରଣ, ମଣ୍ଡଳ ପୂଜନ, ଶ୍ରୀମନ୍ଦିର ଚାରିଦ୍ୱାରରେ ବେଦ ପାରାୟଣ ଓ ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଂକୀର୍ତ୍ତନ ହେବ । ଅପରାହ୍ନ ୩ଟାରୁ ବୈଷ୍ଣବାଗ୍ନି ସଂସ୍କାର, ହବନ, ଆରତି, ପୁଷ୍ପାଞ୍ଜଳି, ପ୍ରଦକ୍ଷିଣ କରାଯିବ। ୧୬ ତାରିଖରେ ସୂର୍ଯ୍ୟପୂଜା, ଧରିତ୍ରୀ ପୂଜା, ଗୋପୂଜା, ଶାଳ ପ୍ରବେଶ, ପଞ୍ଚକର୍ମ, ମଣ୍ଡଳପୂଜା, ହବନ, ଆରତି, ପୁଷ୍ପାଞ୍ଜଳି ପ୍ରଦକ୍ଷିଣ କରାଯିବ। ୧୭ ତାରିଖରେ ସୂର୍ଯ୍ୟପୂଜା, ଧରିତ୍ରୀପୂଜା, ଗୋପୂଜା, ପଞ୍ଚକର୍ମ, ବାସ୍ତୁ ଶୋଧନ, ଅଧିବାସ, ଫଳକ ପୂଜା କରାଯିବ। ପରେ ଅପରାହ୍ନ ୧ଟା ୧୫ରୁ ୧ଟା ୩୦ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ପରିକ୍ରମା ପ୍ରକଳ୍ପର ଫଳକ ଉନ୍ମୋଚନ କରାଯିବ। ଅପରାହ୍ନ ୧ଟା ୩୦ରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ବାରା ଯଜ୍ଞ ପୂର୍ଣ୍ଣାହୁତି, ଆରତି ଓ ପୁଷ୍ପାଞ୍ଜଳି ପ୍ରଦାନ କରାଯିବ। ଅପରାହ୍ନ ୨ଟାରୁ ୨ଟା୩୦ ମଧ୍ୟରେ ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଂକୀର୍ତ୍ତନ ସହ ଶୋଭାଯାତ୍ରା କରାଯିବ। ଅପରାହ୍ନ ୨ଟା ୩୦ରୁ ୩ଟା ପର୍ଯ୍ୟନ୍ତ ସଭାଗୃହରେ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହେବ। ଅପରାହ୍ନ ୩ଟା ପରେ ସର୍ବସାଧାରଣ ପରିକ୍ରମା ମାର୍ଗକୁ ଯାଇପାରିବେ। ସେହିପରି ସନ୍ଧ୍ୟାରେ ଶ୍ରଦ୍ଧାଳୁଙ୍କ ପାଇଁ ଲାଇଟ୍ ଏବଂ ସାଉଣ୍ଡ ସୋର ବ୍ୟବସ୍ଥା କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.1 ° C
    23.1 °
    23.1 °
    89 %
    1.5kmh
    2 %
    Sun
    23 °
    Mon
    29 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ