Friday, September 11, 2026
26.2 C
Odisha

    ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ରୂପାନ୍ତରିକରଣର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର; ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରସ୍ଥିତ ଡକ୍ଟର ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରକୁ ବିଶ୍ବସ୍ତରୀୟ ଲାଇବ୍ରେରୀରେ ପରିଣତ କରିବାକୁ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡିଶା ଖଣି ନିଗମ (ଓଏମସି)ର ମିଳିତ ଆନୁକୁଲ୍ୟରେ ଗ୍ରନ୍ଥାଗାରକୁ ରୂପାନ୍ତରିକରଣ କରିବା ପାଇଁ ଓଡ଼ିଶା ସରକାର ଏହି ପ୍ରୟାସ ଆରମ୍ଭ କରିଛନ୍ତି । ଏଥିସହ ଭୁବନେଶ୍ବରର ବାପୁଜୀନଗର ଠାରେ ଅବସ୍ଥିତ ଇଣ୍ଟିଗ୍ରେଟେଡ୍ ପବ୍ଲିକ୍ ସର୍ଭିସ ସେଣ୍ଟର (ଆଇପିଏସସି)ରେ ସନ୍ଥକବି ଭୀମଭୋଇଙ୍କ ନାମରେ ଏକ ପାଠାଗାରକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଉଦଘାଟନ କରିବା ସହ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ସହିତ ରାଜ୍ୟରେ ଗ୍ରନ୍ଥାଗାର ଅଭିଯାନ ଆରମ୍ଭ ହେଲା। ରାଜ୍ୟର ସବୁ ସ୍ଥାନରେ, ଭୁବନେଶ୍ଵର ର ପ୍ରତ୍ୟେକ ଜୋନରେ ଗ୍ରନ୍ଥାଗାର ପ୍ରତିଷ୍ଠା କରାଯିବ। ରାଜ୍ୟର ପ୍ରତ୍ୟେକ ସ୍ଥାନରେ ଗ୍ରନ୍ଥାଗାର ପ୍ରତିଷ୍ଠା କରିବା ପାଇଁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମଳନୀରେ ପ୍ରସ୍ତାବ ଦିଆ ଯାଇଥିଲା। ସାରସ୍ୱତ ସମୃଦ୍ଧି ପାଇଁ ଓଡିଶାର ପ୍ରତିବଦ୍ଧତାର ପ୍ରତୀକ ଭାବରେ ପରିଚିତ ଡକ୍ଟର ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଳୟ ୧୯୫୯ ମସିହାରେ ଭାରତ ସରକାରଙ୍କ ଦ୍ୱାରା ପ୍ରଥମ ପଞ୍ଚବାର୍ଷିକ ଯୋଜନା ସମୟରେ କର୍ଯ୍ୟକ୍ଷମ ହୋଇଥିଲା । ବର୍ଷ ବର୍ଷ ଧରି ଏହା ଛାତ୍ରଛାତ୍ରୀ, ସର୍ବସାଧାରଣ ଏବଂ ସମାଜର ପ୍ରତ୍ୟେକ ବର୍ଗଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଜ୍ଞାନକେନ୍ଦ୍ର ଭାବେ ଏହା ବ୍ୟବହୃତ ହୋଇଆସୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26.2 ° C
    26.2 °
    26.2 °
    87 %
    2.3kmh
    99 %
    Fri
    27 °
    Sat
    28 °
    Sun
    29 °
    Mon
    31 °
    Tue
    31 °

    ସମ୍ବନ୍ଧିତ