Tuesday, March 31, 2026
28.1 C
Odisha

    ୧୯ ଏବଂ ୨୦ରେ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପୁରୀରେ ଆସନ୍ତା ୧୯ ଏବଂ ୨୦ରେ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଏହାକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା ବୈଠକକୁ ଉଦଘାଟନ କରିବେ। ପୁରୀର ବଳିଆ ପଣ୍ଡା ସ୍ଥିତ ବା ବ୍ଲୁ ଲିଲି ହୋଟେଲ ଠାରେ ଏହି ବୈଠକ ହେବ। ଏନେଇ ସୂଚନା ଦାେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ ।

    ନିର୍ବାଚନ ପରବର୍ତ୍ତୀ ଅବସ୍ଥାରେ କେନ୍ଦ୍ରରେ ତୃତୀୟ ଥର ଏବଂ ଓଡ଼ିଶାରେ ବିଜେପି ପ୍ରଥମ ଥର ସରକାର ଗଠନ ହେବା ପରେ ବୈଠକ ହେଉଛି। ୧୯ ତାରିଖ ସକାଳ ୧୦ଟା ୩୦ରେ ପଦାଧିକାରୀ ବୈଠକ ହେବ। ଅପରାହ୍ନ ୨ଟା ୩୦ରେ କାର୍ଯ୍ୟକାରିଣୀ ବୈଠକ ଉଦଘାଟିତ ହେବ ଏବଂ  ୨୦ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଚାଲିବ। ରାଜ୍ୟର ସବୁ ନେତା ଉପସ୍ଥିତ ରହିବେ । ଏଥିରେ ୨୦୨୪ ନିର୍ବାଚନ ବେଳେ ବିଧାନସଭା ଏବଂ ଲୋକସଭା ସଂଯୋଜକ, ଜିଲ୍ଲା ସାଧାରଣ ସଂପାଦକ, ସଭାପତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସମସ୍ତ ମୋର୍ଚ୍ଚା ସଭାପତି, ମୁଖ୍ୟମନ୍ତ୍ରୀ, ସବୁ ମନ୍ତ୍ରୀ, ସାଂସଦ ବିଧାୟକ, କେନ୍ଦ୍ର ମନ୍ତ୍ରୀ ଉପସ୍ଥିତ ରହିବେ।

    କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି ବି ଏହି ବୈଠକରେ ଉପସ୍ଥିତ ରହିବେ। ଏହି ବୈଠକରେ ରାଜନୈତିକ ପରିସ୍ଥିତି, ସାଂପ୍ରତିକ ସରକାରର ଜନ କଲ୍ୟାଣ କାର୍ଯ୍ୟକ୍ରମ ବିଷୟରେ ଚର୍ଚ୍ଚା ଆଲୋଚନା ହୋଇ ଆଗାମୀ ରଣନୀତି ପ୍ରସ୍ତୁତ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.1 ° C
    28.1 °
    28.1 °
    42 %
    2kmh
    93 %
    Tue
    38 °
    Wed
    39 °
    Thu
    40 °
    Fri
    39 °
    Sat
    41 °

    ସମ୍ବନ୍ଧିତ