Monday, September 28, 2026
29.4 C
Odisha

    ରାଜ୍ୟ କ୍ୟାବିନେଟ୍‌ରେ ୧୦ ପ୍ରସ୍ତାବକୁ ଅନୁମୋଦନ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର: ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ସହ ଅନ୍ୟ ବିଭାଗର ୧୦ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି ।

    ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ପୂର୍ବ ସରକାରରେ ୫-ଟି ନାଁରେ ରୂପାନ୍ତରୀକରଣ କରି ସ୍ମାର୍ଟ ସ୍କୁଲ ଯୋଜନା ଠିକ୍‌ ନଥିଲା । ଡିପିଆର ପ୍ରସ୍ତୁତ ହୋଇ ନଥିଲା କି ଏଷ୍ଟିମେଟ୍‌ ହୋଇ ନଥିଲା । ପିଲାମାନଙ୍କ ଭବିଷ୍ୟତ ପ୍ରତି ଖେଳା ଯାଇଥିଲା । ତେଣୁ ନୂଆ ସରକାର ପ୍ରତି ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ଖୋଲିବା ପାଇଁ ନିଷ୍ପତ୍ତି ନିଷ୍ପତ୍ତି ନେଇଛନ୍ତି ।

    ଚଳିତ ବର୍ଷ ୧୧୪ଟି ପଞ୍ଚାୟତରେ ପ୍ରଥମ ପର୍ଯ୍ୟାୟରେ ଏହା ଆରମ୍ଭ ହେବ । ପରବର୍ତ୍ତୀ ୪ ବର୍ଷରେ ଅନ୍ୟ ପଞ୍ଚାୟତଗୁଡ଼ିକରେ ଏହାକୁ ପହଞ୍ଚାଯିବ । ଏହାସହ ୨୦୨୮ ସୁଦ୍ଧା ସମସ୍ତ ଶିକ୍ଷକ ପଦବୀ ପୂରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କହିଛନ୍ତି । ଗୋଟିଏ ଆଦର୍ଶ ବିଦ୍ୟାଳୟ ଲାଗି ୪ରୁ ୫ କୋଟି ଖର୍ଚ୍ଚ ହେବ ।

    ବୈଠକରେ ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି ଯେ, ପ୍ରତି ଉଚ୍ଚ ବିଦ୍ୟାଳୟକୁ ସୁଦୃଢ଼ କରାଯିବ। ସ୍ମାର୍ଟ ବିଦ୍ୟାଳୟ ପାଇଁ ପ୍ରାଥମିକ ବିଦ୍ୟାଳୟ ଫିଡର ସ୍କୁଲ୍ ରହିବ । ପ୍ରତି ପଞ୍ଚାୟତରେ ଗୋଟିଏ ଲେଖାଏଁ ଆଦର୍ଶ ବିଦ୍ୟାଳୟ ରହିବ ।

    ରାଜ୍ୟର ୬୭୯୪ ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ହେବ ।  ମଡେଲ୍ ସ୍କୁଲର ନାଁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ରହିବ । ସମସ୍ତ ଭିତ୍ତିଭୂମି ସହ ପର୍ଯ୍ୟାପ୍ତ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତ କରାଯିବେ । ଜାତୀୟ ଶିକ୍ଷା ନୀତି ଅନୁସାରେ ବ୍ୟବସ୍ଥା କରାଯିବ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲା ଆଦର୍ଶ ବିଦ୍ୟାଳୟରେ ପାଠ ପଢ଼ିବେ। ସେଠାରୁ ପାଠପଢ଼ା ଶେଷ ପରେ ପିଲା ହାଇସ୍କୁଲ୍‌କୁ ଯିବେ ।

    ଓଡ଼ିଶାରେ ସେମିକଣ୍ଡକ୍ଟର କାରଖାନା ଲାଗି ପ୍ରୋତ୍ସାହନ ଦିଆଯିବ । ଏଥିପାଇଁ ଆରଆଇଆର ପାୱାର ଇଲୋକ୍ଟ୍ରୋନିକ୍ସ ଲିମିଟେଡ୍‌କୁ ୫୦ ପ୍ରତିଶତ ଇନସେଣ୍ଟିଭ୍ ଦିଆଯିବ । ପୂର୍ବରୁ ସରକାର ୩୦ ପ୍ରତିଶତ ଦେଉଥିଲେ, ୨୦ ପ୍ରତିଶତ ଟପଅପ୍ ଆକାରରେ ଦିଆଯିବ । ଏଥିପାଇଁ ୨ଟି ପର୍ଯ୍ୟାୟ ୧୧୦ କୋଟି ଖର୍ଚ୍ଚ ହେବ । ୭୫୦ରୁ ଅଧିକ ଲୋକଙ୍କୁ ନିଯୁକ୍ତି ମିଳିବ ।

    ଫେବ୍ରୁଆରି ୫, ୬ ଓ ୭ରେ ଷୋଡ଼ଶ ଅର୍ଥ କମିଶନ ଓଡ଼ିଶା ଆସିବେ । ଅର୍ଥ କମିସନଙ୍କ ନିକଟରେ ଓଡ଼ିଶା ନିଜର ଦାବି ଉପସ୍ଥାପନ କରିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି।   ୨୦୨୬ରୁ ୨୦୩୧ ବର୍ଷରେ ଉନ୍ନତିକରଣ କାର୍ଯ୍ୟ ଲାଗି ଅର୍ଥ କମିସନଙ୍କ ନିକଟରେ ଅର୍ଥ ଦାବି କରାଯିବ ।  ଓଡ଼ିଶା ପାଇଁ ୫ ବର୍ଷ ଲାଗି ୧୨ ଲକ୍ଷ ୫୬ ହଜାର ୧୪୮ କୋଟି ଟଙ୍କାର ଦାବି ରଖାଯିବ ବୋଲି ମୁଖ୍ୟମନ୍ତ୍ରୀ ।

    କ୍ୟାବିନେଟ୍‌ରେ ବିକଶିତ ଗାଁ ବିକଶିତ ଓଡ଼ିଶାକୁ ମଞ୍ଜୁରୀ ମିଳିଛି।  ଗାଁର ବିକାଶ ହେଲେ ଦେଶର ବିକାଶ ସମ୍ଭବ ହୋଇ ପାରିବ। ଏଥିପାଇଁ ବଜେଟରେ ଥିବା ବ୍ୟୟବରାଦକୁ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

    ସ୍ବାସ୍ଥ୍ୟ କ୍ଷେତ୍ରକୁ ବିକଶିତ କରାଯିବ। ୫ ହଜାର ଡାକ୍ତରଙ୍କୁ ଶୀଘ୍ର ନିଯୁକ୍ତି ପ୍ରଦାନ କରାଯିବ। ୧୨୪ ‌ଦନ୍ତ ଚିକିତ୍ସକଙ୍କୁ ମଧ୍ୟ ନିଯୁକ୍ତି ମିଳିବ। ଅଧିକ ମେଡିକାଲ କଲେଜ ପ୍ରତିଷ୍ଠା କରି ଡାକ୍ତରଙ୍କ ସଂଖ୍ୟାରେ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ସ୍ୱାସ୍ଥ୍ୟ କ୍ଷେତ୍ରକୁ ଗୁରୁତ୍ଵ ଦେଇ ଓଡ଼ିଶା ଡାକ୍ତରୀ ଓ ସ୍ବାସ୍ଥ୍ୟସେବା ନିୟମାବଳୀ-୨୦୧୭ର ସଂଶୋଧନକୁ ମଞ୍ଜୁର ପ୍ରଦାନ କରାଯାଇଛି। ନିଯୁକ୍ତି ସ୍ତରକୁ ୭ ରୁ ହ୍ରାସ କରି ୬ରେ ସୀମିତ ରଖାଯିବ। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଦକ୍ଷ ମାନବ ସମ୍ବଳ ଯୋଗାଇ ଦିଆଯିବ।କ୍ୟାବିନେଟରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତିଗୁଡିକ ରାଜ୍ଯର ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ପୁଞ୍ଜି ନିବେଶ ଭଳି କ୍ଷେତ୍ରର ସାମଗ୍ରିକ ବିକାଶକୁ ସୁନିଶ୍ଚିତ କରିବ। ରାଜ୍ୟବାସୀଙ୍କ ଆଶା ଆକାଂକ୍ଷା ପୂରଣ ସହ ଓଡ଼ିଶାର ସାମାଜିକ, ଆର୍ଥିକ ସ୍ଥିତିକୁ ଆହୁରି ସୁଦୃଢ କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    29.4 ° C
    29.4 °
    29.4 °
    68 %
    2.9kmh
    13 %
    Mon
    28 °
    Tue
    30 °
    Wed
    30 °
    Thu
    30 °
    Fri
    30 °

    ସମ୍ବନ୍ଧିତ