Sunday, August 24, 2025
25.3 C
Odisha

    ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ଆଉ ୫ ବର୍ଷ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି। ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏ ଚାଉଳ ପାଉଛନ୍ତି। ଯୋଜନାର ଅବଧି ଆଉ ୫ ବର୍ଷ ବଢ଼ିବା ଦ୍ୱାରା ଏହି ହିତାଧିକାରୀମାନେ ୨୦୨୪ ଜାନୁଆରୀ ୧ ଠାରୁ ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି ସୁବିଧା ପାଇବେ।
    ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ। ରାଜ୍ୟର ଜଣେ ବି ଗରିବ ଲୋକ ଯେପରି ଖାଦ୍ୟସୁରକ୍ଷାରୁ ବଞ୍ଚିତ ନ ହୁଏ, ସେଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    25.3 ° C
    25.3 °
    25.3 °
    84 %
    3.4kmh
    100 %
    Sun
    25 °
    Mon
    23 °
    Tue
    25 °
    Wed
    29 °
    Thu
    30 °

    ସମ୍ବନ୍ଧିତ