Friday, May 8, 2026
24 C
Odisha

    ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ଆଉ ୫ ବର୍ଷ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି। ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏ ଚାଉଳ ପାଉଛନ୍ତି। ଯୋଜନାର ଅବଧି ଆଉ ୫ ବର୍ଷ ବଢ଼ିବା ଦ୍ୱାରା ଏହି ହିତାଧିକାରୀମାନେ ୨୦୨୪ ଜାନୁଆରୀ ୧ ଠାରୁ ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି ସୁବିଧା ପାଇବେ।
    ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ। ରାଜ୍ୟର ଜଣେ ବି ଗରିବ ଲୋକ ଯେପରି ଖାଦ୍ୟସୁରକ୍ଷାରୁ ବଞ୍ଚିତ ନ ହୁଏ, ସେଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24 ° C
    24 °
    24 °
    89 %
    1.8kmh
    68 %
    Fri
    38 °
    Sat
    40 °
    Sun
    39 °
    Mon
    39 °
    Tue
    38 °

    ସମ୍ବନ୍ଧିତ