Monday, September 28, 2026
23.1 C
Odisha

    ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କଲେ ରାଜ୍ୟ ମହିଳା କମିସନ୍

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଭରତପୁର ଥାନାରେ ଆର୍ମି ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ଘଟଣାକୁ ନେଇ ରାଜ୍ୟ ମହିଳା କମିସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମହିଳା କମିସନ ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଭରତପୁର ଥାନାରେ ତଦନ୍ତ ପାଇଁ ମହିଳା କମିସନ ଅଧ୍ୟକ୍ଷା ମିନତି ବେହେରା ଓ ତାଙ୍କ ଟିମ୍ ପହଞ୍ଚି ମାମଲା ସଂପର୍କରେ ପଚରଉଚରା କରିଥିବା ଜଣାଯାଇଛି।

    ମହିଳା କମିସନ ଅଧ୍ୟକ୍ଷା ମିନତି ବେହେରା ଗଣମାଧ୍ୟମକୁ କହିଛନ୍ତି, ଶୀଘ୍ର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଡିସିପିଙ୍କୁ ଚିଠି କରିଛୁ। ସଠିକ ତଦନ୍ତ କରାଯାଇ ଦୋଷୀକୁ ଦଣ୍ଡ ଦିଆଯାଉ ବୋଲି ଲେଖିଛୁ। ପୀଡ଼ିତାଙ୍କୁ ନିଶ୍ଚିତ ଭାବେ ନ୍ୟାୟ ମିଳିବ ବୋଲି ମୁଁ ଆଶାବାଦୀ।

    ଏଣେ ଏହି ଘଟଣାକୁ ଜାତୀୟ ମହିଳା କମିସନ(ଏନ୍ସିଡବ୍ଲ୍ୟୁ) ଗୁରୁତ୍ବର ସହ ନେଇଛନ୍ତି। ମାମଲାକୁ ଗୋଟିଏ ସପ୍ତାହ ବିତିବାକୁ ବସିଥିବା ବେଳେ କମିସନରେଟ୍ ପୁଲିସ କି କି ପଦକ୍ଷେପ ନେଇଛି, ସେସବୁର ବିସ୍ତୃତ ରିପୋର୍ଟ ଦେବାକୁ ନୋଟିସ୍ ଜରିଆରେ ଡିଜିପି ୱାଇ ବି ଖୁରାନିଆଙ୍କୁ ରିପୋର୍ଟ ମଗାଯାଇଛି। ୩ ଦିନ ମଧ୍ୟରେ ଏହି ରିପୋର୍ଟ ଦେବାକୁ ଏନ୍ସିଡବ୍ଲ୍ୟୁ ନୋଟିସ୍ରେ ଉଲ୍ଲେଖ କରିଛନ୍ତି।

    ଏହା ଭିତରେ କମିସନରେଟ୍ ପୁଲିସ ମୂଳ ଘଟଣାକୁ ନେଇ ତଦନ୍ତ ଆରମ୍ଭ କରିଛି। ଡିଜିପି ଓ୍ବାଇ.ବି.ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଚନ୍ଦକା ଥାନା ପୁଲିସ ମୂଳ ଘଟଣାକୁ ନେଇ ମାମଲା ରୁଜୁ କରିଛି। ଘଟଣା ଦିନ ରାତିରେ ଅର୍ଥାତ୍ ୧୪ ତାରିଖ ରାତିରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପଥରଗାଡ଼ିଆ ରୋଡ୍ରେ ଆକ୍ରମଣ କରିଥିବା ଦୁର୍ବୃତ୍ତମାନଙ୍କୁ ଠାବ କରିବାକୁ ପୁଲିସ ଛାନଭିନ୍ ଆରମ୍ଭ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.1 ° C
    23.1 °
    23.1 °
    89 %
    1.5kmh
    2 %
    Sun
    23 °
    Mon
    29 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ