Saturday, July 27, 2024
24.6 C
Odisha

    ରାଜ୍ୟ କ୍ୟାବିନେଟ ବୈଠକରେ ୧୪ ପ୍ରସ୍ତାବକୁ ମୋହର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା ବସିଥିବା ରାଜ୍ୟ କ୍ୟବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକରେ ୧୪ଟି ପ୍ରସ୍ତାବ ଉପରେ ମୋହର ବାଜିଥିବା ଜଣାପଡ଼ିଛି । ଏ ନେଇ ବୈଠକ ପରେ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ରାଜ୍ୟରେ କଫି ଚାଷ ବୃଦ୍ଧି ନେଇ ପ୍ରସ୍ତାବକୁ ମଞ୍ଜୁରୀ ମଳିଛି। ୧୦ ହଜାର ଏକର ଜମିରେ କଫି ଚାଷ ହେଉଛି । କଫି ଚାଷକୁ ୧ ଲକ୍ଷ ଏକରକୁ ସଂପ୍ରସାରଣ କରାଯିବ। ୬ ଜିଲ୍ଲାରେ ହେବ କଫି ଚାଷ । ଏମଏସଏମଇ ବିଭାଗର ଏକ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସେହିପରି ରାଜସ୍ୱ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ ମୋହର ବାଜିଛି। ଲିଜ ଜମିକୁ ସ୍ଥିତିବାନ କରିବା ନେଇ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ସ୍ଥିତିବାନ ସ୍ୱତ୍ତ୍ୱ ପାଇଁ ପୂର୍ବରୁ ଜମି ମୂଲ୍ୟର ୧୦% ଦେୟ ପଡୁଥିଲା । ଏବେ ଉକ୍ତ ଜମିର ପାଖ ଜମି ମୂଲ୍ୟ ଅନୁସାରେ ଦେୟ ଦେବାକୁ ପଡ଼ିବ। ପାଖ ଜମିର ବେଞ୍ଚମାର୍କ ମୂଲ୍ୟର ମାତ୍ର ୩% ଦେୟରେ ହେବ କନ୍‌ଭର୍‌ସନ୍‌। ଓଡ଼ିଶା ବାୟୋଟେକ୍ନୋଲୋଜି ପଲିସି- ୨୦୨୪କୁ ମଧ୍ୟ ମଞ୍ଜୁରୀ ମିଳିଛି। ବାୟୋଟେକ୍ନୋଲୋଜି ଷ୍ଟାର୍ଟ- ଆପକୁ ମିିଳିବ ଆର୍ଥିକ ସୁବିଧା । ଗଠନ ହେବ ଓଡ଼ିଶା ବାୟୋଟେକ୍ନୋଲୋଜି ଭିଜନ ଗ୍ରୁପ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ