Saturday, March 7, 2026
19.4 C
Odisha

    ୨୫୦ ରେଡିଓଗ୍ରାଫରଙ୍କୁ ନିଯୁକ୍ତି ଦିଆଯିବ: ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଚଳିତ ଆର୍ଥିକ ବର୍ଷରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯିବ। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି ଯେ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଆୟୁଷ୍ମାନ ଭାରତ ଯୋଜନା ପାର୍ଟ ୧ ଓ ୨ ଓଡ଼ିଶାରେ ଲାଗୁ କରିବା ପାଇଁ ଆମେ ପ୍ରସ୍ତୁତି ଚଳାଇଛୁ। ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ସରିଛି ଓ କେନ୍ଦ୍ର ସରକାରଙ୍କ ସହ ଆଲୋଚନା ଚାଲିଛି। ଚଳିତ ଆର୍ଥକ ବର୍ଷ ଶେଷ ସୁଦ୍ଧା କାର୍ଡ ଇସ୍ୟୁ କରିବା ସହ ଯୋଜନାର ଶୁଭାରମ୍ଭ କରାଯିବ। ଉଭୟ ଆୟୁଷ୍ମାନ ଯୋଜନା ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାର ଗୋଟିଏ କାର୍ଡ ହେବ। ସାଢେ ତିନି କୋଟି ଲୋକଙ୍କୁ ମିଳିବ ସ୍ବତନ୍ତ୍ର କାର୍ଡ।

    ରାଜ୍ୟରେ ଏକ କୋଟି ପରିବାର ପାଇଁ ଏହି ନୂଆ କାର୍ଡର ବ୍ୟବସ୍ଥା କରାଯିବ। ନୂଆ କାର୍ଡ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଯୋଗାଇ ଦିଆଯିବ। ପୁରୁଣା କାର୍ଡରେ ପୂର୍ବରୁ ୯୫୦ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳୁଥିଲା। ବର୍ତ୍ତମାନ ନୂଆ କାର୍ଡ ଲଞ୍ଚ ହେବା ପରେ ୨୭ ହଜାର ହସ୍ପିଟାଲରେ ଲୋକଙ୍କୁ ଚିକିତ୍ସା ସୁବିଧା ମିଳିବ। ଏହାଛଡ଼ା ରାଜ୍ୟର ବିଭିନ୍ନ ସରକାରୀ ଡାକ୍ତରଖାନାରେ ୨୫୦ଜଣ ରେଡିଓଗ୍ରାଫରଙ୍କୁ ନିଯୁକ୍ତି ଦିଆଯିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.4 ° C
    19.4 °
    19.4 °
    98 %
    2kmh
    10 %
    Sat
    36 °
    Sun
    37 °
    Mon
    38 °
    Tue
    39 °
    Wed
    38 °

    ସମ୍ବନ୍ଧିତ