Wednesday, May 14, 2025
34.3 C
Odisha

    ମଧ୍ୟପ୍ରଦେଶ ବୁରହାନପୁରରେ ସ୍ଥାପିତ ହେବ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି

    ଆଗକୁ ପଢନ୍ତୁ

    ମଧ୍ୟପ୍ରଦେଶ ବୁରହାନପୁର ଜିଲ୍ଲାର ଆସିରଗଡ଼ ଦୁର୍ଗରେ ବୀରସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସହ ସ୍ମାରକୀ ସ୍ଥାପନା କରାଯିବ । ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ପ୍ରତିଶ୍ରୁତି ଦେଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ ପରେ ଚିଠିର ଉତର ରଖି ଏହି ସୂଚନା ଦିଆଯାଇଛି । ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଚିଠିରେ ଲେଖିଛନ୍ତି ଯେ, ବୀର ସୁରେନ୍ଦ୍ର ସାଏଙ୍କ ସ୍ମାରକୀ ଓ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ପରେ ଯୋଜନା କରାଯିବ । ଜାନୁଆରୀ ୧୮ତାରିଖରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ସହ ଏନେଇ ବ୍ୟକ୍ତିଗତ ସ୍ତରରେ ହସ୍ତକ୍ଷେପ କରିବା ପାଇଁ ଅନୁରୋଧ କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏବେ ଏହାର ଉତର ଦେଇ ଏନେଇ ଉଚିତ ପଦକ୍ଷପ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    34.3 ° C
    34.3 °
    34.3 °
    38 %
    4kmh
    47 %
    Wed
    31 °
    Thu
    41 °
    Fri
    43 °
    Sat
    45 °
    Sun
    45 °

    ସମ୍ବନ୍ଧିତ