Monday, September 7, 2026
25.9 C
Odisha

    ଗାଡକଣସ୍ଥିତ ‘କୃତ୍ରିମ ଅଳିଆ ପାହାଡ’ସ୍ଥଳ ଅନୁଧ୍ୟାନ କଲେ ବିଜେପି କର୍ପୋରେଟର ଦଳ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର, ତା.୨୨/୧୨: ଦୁର୍ନୀତି, ଭ୍ରଷ୍ଟାଚାର,ବ୍ୟଭୀଚାରର ପାହାଡ’ରାଜ୍ୟର ଶାସନ ବ୍ୟବସ୍ଥା ପାଇଁ ବିପଦ ସୃଷ୍ଟି କରିସାରିଛି, ଯାହାକି ସାଧାରଣ ଜନତାଙ୍କୁ ଅତ୍ୟବ୍ୟସ୍ତ କରିସାରିଲାଣି । ଗୋଟିଏ ପଟେ ରାଜଧାନୀରେ ପ୍ରଶାସନ ସ୍ଥାଣୁ ପାଲଟି ସାରିଥିବାବେଳେ ଅନ୍ୟ ପଟେ ରାଜ୍ୟ ସରକାର ଅନ୍ଧ,ମୁକ,ବଧିର ପାଲଟିଛନ୍ତି । ସାଧାରଣ ଜନତାଙ୍କ ସ୍ୱାର୍ଥ ପାଇଁ ଜିଲ୍ଲା ବିଜେପି ତରଫରୁ ଆରମ୍ଭ ହୋଇଥିବା ଏହି ସତ୍ୟାଗ୍ରହ ଅତ୍ୟନ୍ତ ସ୍ୱାଗତଯୋଗ୍ୟ ଏବଂ ଏହି ଆନ୍ଦୋଳନ ପ୍ରତି ପୂର୍ଣ୍ଣ ସମର୍ତନ ରହିଛି ବୋଲି ଆଜି ଗାଡକଣସ୍ଥିତ ‘କୃତ୍ରିମ ଅଳିଆ ପାହାଡ’ସ୍ଥଳ ଅନୁଧ୍ୟାନ କରି ବିଜେପିର ସତ୍ୟାଗ୍ରହ ସ୍ଥଳରେ ବିଜେପି କର୍ପୋରେଟର ଦଳ ସତ୍ୟାଗ୍ରହରେ ବସିଥିଲେ।

    ରାଜ୍ୟ ସରକାରଙ୍କ ଅପାରଗତା କାରଣରୁ ସ୍ମାର୍ଟ ସିଟି ଭୁବନେଶ୍ୱରବାସୀଙ୍କ ଜୀବନ ଅତ୍ୟନ୍ତ ଦୟନୀୟ ହୋଇପଡିଛି । ରାଜଧାନୀର ମଧ୍ୟବର୍ତୀ ଅଂଚଳରେ ଥିବା ଗାଡକଣସ୍ଥିତ ‘ଅସ୍ଥାୟୀ ଡମ୍ପିଂ ୟାର୍ଡ’ଆଜି ‘ସ୍ଥାୟୀ ଡମ୍ପିଂ ୟାର୍ଡ’ରେ ପରିଣତ ହୋଇ କୃତ୍ରିମ ପାହାଡର ଭ୍ରମ ସୃଷ୍ଟି କରିଛି । ଅଳିଆ ଆବର୍ଜନାପୂର୍ଣ୍ଣ ଏହି କୃତ୍ରିମ ପାହାଡରୁ ନିର୍ଗତ ଅସହ୍ୟ ର୍ଦୁଗନ୍ଧ କାରଣରୁ ଲୋକଙ୍କ ଜୀବନ ଅତିଷ୍ଠ ହୋଇପଡିଛି । ଲୋକେ ଗୃହ ବନ୍ଦୀ ହୋଇ ରହିଛନ୍ତି ।ଏହାକୁ ସମ୍ପୂର୍ଣ ଉଚ୍ଛେଦ ପାଇଁ ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ବିଜେପି ପକ୍ଷରୁ ସୈନିକ ସ୍କୁଲ ସମ୍ମୁଖରେ ଆରମ୍ଭ ହୋଇଥିବା ସତ୍ୟାଗ୍ରହ ଆଜି ୨୫ ଦିନରେ ପହଁଚିଛି। ସ୍ଥାନୀୟ ଜନସାଧାରଣ ଏହି ଅଞ୍ଚଳ ଛାଡ଼ିବାରେ ଲାଗିଲେଣି। ଏଣୁ ଏହି ସତ୍ୟାଗ୍ରହକୁ ଭୁବନେଶ୍ୱରବାସୀଙ୍କ ବିପୁଳ ସମର୍ଥନ ଦେଖିବାକୁ ମିଳୁଛି , ଏପରିକି ଏଥିରେ ସ୍ଥାନୀୟ ଜନସାଧାରଣ ଆସି ଜୋଡ଼ି ହେଉଛନ୍ତି । ଅସୁସ୍ଥ ପରିବେଶ,ବାୟୁ ପ୍ରଦ୍ୟୁଷଣ ଓ ଅସହ୍ୟ ର୍ଦୁଗନ୍ଧ କାରଣରୁ ସ୍ଥାନୀୟ ଅଂଚଳବାସୀ ଘରର କବାଟ ବନ୍ଦ କରି ରହିବା ସହିତ ମୁହଁରେ ମାସ୍କ ପିନ୍ଧୁଛନ୍ତି । ଏପରିକି ଚର୍ମରୋଗ, ଶ୍ୱାସରୋଗ ଓ କ୍ୟାନସର ଭଳି ମାରାତ୍ମକ ରୋଗ ବ୍ୟାପିବାରେ ଲାଗିଛି । ରାଜ୍ୟ ସରକାରଙ୍କ ଏଭଳି ଅମାନୁଷିକ ପଦକ୍ଷେପ ନେବା କାରଣରୁ ଆଜି ଭାରତୀୟ ଜନତା ପାର୍ଟି ଜିଲ୍ଲା ପକ୍ଷରୁ ‘ଡମ୍ପିଂ ୟାର୍ଡ’କୁ ନେଇ ସତ୍ୟାଗ୍ରହ ରେ ବସିଛି। ଭୁବନେଶ୍ଵରକୁ ଆବର୍ଜନା ଓ ଅସ୍ୱାସ୍ଥ୍ୟକର ପରିବେଶ ସୃଷ୍ଟି କରିବାରେ ବିଜୁ ଜନତା ଦଳ ୧ ନମ୍ବର। ଏହି ଦୁର୍ଗନ୍ଧ ପରିବେଶ ପାଇଁ ଭୁବନେଶ୍ୱରବାସିନ୍ଦାଙ୍କ ଦୁଃଖ ଓ ଧର୍ଯ୍ୟର ସୀମାକୁ ରାଜ୍ୟ ସରକାର ପରୀକ୍ଷା ନକରି ଏହାର ସୁବ୍ୟବସ୍ଥା କରନ୍ତୁ । ସାଧାରଣ ଲୋକଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ଵ ଦେଇ ସରକାର ତୁରନ୍ତ ପଦକ୍ଷେପ ନିଅନ୍ତୁ।ବହୁ ବୟସ୍କବ୍ୟକ୍ତି ଓ ଛୋଟ ପିଲା ମାନେ ଏହାର ଶିକାର ହେଲେଣି। ମନ୍ଦିର ମାଳିନୀ ରାଜଧାନୀ ସହରକୁ କନ୍ଧିଆ ସହର ଭାବରେ ପରିଣତ କରିଥିବା ବିଜୁ ଜନତା ଦଳ ର ନେତା ମାନଙ୍କୁ ଯେତେ ଧିକ୍କାର କଲେବି କମ୍ ହେବ।ବିଜୁ ଜନତା ଦଳ କେବଳ ରାଜନୀତି କରିବାରେ ବେସ୍ତ ଲୋକଙ୍କୁ ମୌଳିକ ସୁବିଧା ଯୋଗାଇବା ରେ ନୁହେଁ ,ଏହା ନୈତିକ ହିନ ରାଜନେତା ମାନଙ୍କ ଲକ୍ଷଣ। ସ୍ବଚ୍ଛତା ନାମରେ କୋଟି କୋଟି ଟଙ୍କା ଦୁର୍ନୀତି କରିବା ଓ ସାଧାରଣ ଲୋକଙ୍କ ଟଙ୍କା ଲୁଟି ଖାଇବା ବିଜୁ ଜନତା ଦଳର ଅଭ୍ୟାସ। ଏହି ଆନ୍ଦୋଳନ ଲୋକଙ୍କ ପାଇଁ ଚାଲିଛି ଓ ଆଗକୁ ମଧ୍ୟ ଏଭଳି ଚାଲିଥିବ ବୋଲି ବିଜେପି କର୍ପୋରେଟର ମାନେ କହିଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ବିଜେପି ସଭାପତି ବାବୁ ସିଂ,ରାଜ୍ୟ ପ୍ରବକ୍ତା ଦିଲ୍ଲୀପ ମହାନ୍ତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ, ବିଜେପି କର୍ପୋରେଟର ରାମଚନ୍ଦ୍ର ରଣସିଂହ, ଜୀବନ ରାଉତ, ଯଶୋଧରା ପ୍ରଧାନ, ମଧୁସ୍ମିତା ପ୍ରଧାନ ଙ୍କ ସମେତ ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ବିଜେପିର ସମସ୍ତ ନେତୃତ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    25.9 ° C
    25.9 °
    25.9 °
    89 %
    1.3kmh
    8 %
    Mon
    27 °
    Tue
    31 °
    Wed
    32 °
    Thu
    28 °
    Fri
    31 °

    ସମ୍ବନ୍ଧିତ